Advertisment

ଟ୍ରକ୍‌କୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ୍‌, ୧୨ ଆହତ

ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ଓ ହେଲପରଙ୍କର କିଛି ହୋଇନାହିଁ। ବସ୍‌ରେ ପ୍ରାୟ ୫୦ରୁ ଅଧିକ ଯାତ୍ରୀ ଥିଲେ। ପୁଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

pilgrims injured

pilgrims injured

Advertisment

ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜୁରାଗଢିଆ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌କୁ ତୀର୍ଥଯାତ୍ରୀ ବସ୍‌ ପଛରୁ ଧକ୍କା ଦେବାରୁ ୧୨ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନଙ୍କ ମଧ୍ୟରେ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କ ଘର ପଶ୍ଚିମବଙ୍ଗର ବୋଲି ଜଣାଯାଇଛି।

Advertisment

ଗତକାଲି ତୀର୍ଥଯାତ୍ରୀ ବସ୍‌ଟି କୋଲକାତାରୁ ପୁରୀ ଅଭିମୁଖେ ଯାଉଥିଲା। ଏହି ସମୟରେ ଜୁରାଗଢିଆ ନିକଟରେ ଏକ  ଟ୍ରକ୍ ରାସ୍ତାକଡ଼ରେ ଠିଆ ହୋଇଥିଲା। ବସ୍‌ଟି ଭାରସାମ୍ୟ ହରାଇ ଟ୍ରକ୍‌ ପଛକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ବସ୍‌ରେ ଥିବା ୧୨ ଜଣ ଯାତ୍ରୀ ଆହତ ହୋଇଥିଲେ। ପୁଲିସ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଆମ୍ବୁଲାନ୍ସ ଯୋଗେ ଭଦ୍ରକ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରିଥିଲା।

ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ଓ ହେଲପରଙ୍କର କିଛି ହୋଇନାହିଁ। ବସ୍‌ରେ ପ୍ରାୟ ୫୦ରୁ ଅଧିକ ଯାତ୍ରୀ ଥିଲେ। ପୁଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Bhadrak Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe