Advertisment

ଡମ୍ପରକୁ ପିଟିଲା ଆମ୍ବୁଲାନ୍ସ, ୬ ଗୁରୁତର

ଗତ ରାତିରେ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଆଖୁଆପଦାଠାରେ ଘଟିଛି। ଗୁରୁତରଙ୍କ ମଧ୍ୟରୁ ୩ ଜଣଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ୩ ଜଣଙ୍କୁ ଯାଜପୁର ସ୍ଥାନାନ୍ତର କରାଯାଇଛି ।

ଅଦ୍ୟତନ ହୋଇଛି
Ambulance

Ambulance

Advertisment

ରାସ୍ତା କଡ଼ରେ ଖରାପ ହୋଇ ଛିଡ଼ା ହୋଇଥିବା ଏକ ଡମ୍ପରକୁ ପିଟିଲା ଆମ୍ବୁଲାନ୍ସ। ଫଳରେ ଆମ୍ବୁଲାନ୍ସରେ ଥିବା ୬ ଜଣ ଗୁରୁତର ହୋଇଛନ୍ତି। ଏପରି ମର୍ମନ୍ତୁଦ ଦୁର୍ଘଟଣା ଗତ ରାତିରେ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଆଖୁଆପଦାଠାରେ ଘଟିଛି। ଗୁରୁତରଙ୍କ ମଧ୍ୟରୁ ୩ ଜଣଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ୩ ଜଣଙ୍କୁ ଯାଜପୁର ସ୍ଥାନାନ୍ତର କରାଯାଇଛି ।

Advertisment

ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ମଧୁସୂଦନପୁର ଗାଁର ଜଣେ ମହିଳାଙ୍କର ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଗତ ରାତିରେ ସୋର ମେଡିକାଲରୁ କଟକ ସ୍ଥାନାନ୍ତର କରାଯାଉଥିଲା। ଆଖୁଆପଦାଠାରେ ଏକ ଡମ୍ପର ଖରାପ ହୋଇ ରାସ୍ତା କଡ଼ରେ ଛିଡ଼ା ହୋଇଥିଲା। ଦ୍ରୁତ ଗତିରେ ଆସୁଥିବା ଆମ୍ବୁଲାନ୍ସଟି ଡମ୍ପରକୁ ପଛରୁ ପିଟିଥିଲା। ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଚୁରମାର ହୋଇଯାଇଛି।

ଆମ୍ବୁଲାନ୍ସରେ ଥିବା ରୋଗୀଙ୍କ ସମେତ ତାଙ୍କ ସମ୍ପର୍କୀୟ, ଫାର୍ମାସିଷ୍ଟ, ହେଲପର, ଗାଡ଼ି ଡ୍ରାଇଭର ପ୍ରମୁଖ ସମସ୍ତ ୬ ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ତୁରନ୍ତ ସେମାନଙ୍କୁ ଉଦ୍ଧାର କରି ପୁଲିସ୍‌କୁ ଖବର ଦେଇଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ୩ ଜଣଙ୍କୁ ଯାଜପୁର ସ୍ଥାନାନ୍ତର କରାଯାଇଛି । ସେମାନଙ୍କ ଅବସ୍ଥା ସ୍ଥିର ଥିବା ଜଣାଯାଇଛି।

Advertisment

ପୁଲିସ୍‌ ଗାଡ଼ି ୨ଟି ଜବତ ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe