/odisha-reporter/media/post_attachments/uploads/2022/03/bus-3.jpg)
bus
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ପଳଦାବାଙ୍କ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ବସ୍ ଦୁର୍ଘଟଣା ଘଟିଛି । କଲିକତାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ବସ୍ ଏକ ଟ୍ରକ୍କୁ ଧକ୍କା ଦେଇ ରାସ୍ତା କଡ଼ରୁ ଢଳି ପଡ଼ିବାରୁ ପ୍ରାୟ ୨୦ ରୁ ୨୫ ଯାତ୍ରୀ ଆହତ ହୋଇଛନ୍ତି ।
‘ଜଗାକାଳିଆ’ ନାମକ ବସ୍ ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ଧରି କଲିକତାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ରାତି ପ୍ରାୟ ୩ଟାରେ ଗାଡ଼ିଟି ୧୬ ନମ୍ବର ଜାତୀୟ ରାଜପଥର ଭଣ୍ଡାରିପୋଖରୀ ଥାନା ପଳଦାବା ଅତିକ୍ରମ କରୁଥିଲା। ଏହି ସମୟରେ ଆଗରେ ଯାଉଥିବା ଟ୍ରକ୍କୁ ବସ୍ଟି ଧକ୍କା ଦେଇଥିଲା। ଏହାପରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ଯାଇ ଅଟକି ଯାଇଥିଲା।
ଏହି ଦୁର୍ଘଟଣାରେ ବସ୍ର ସମ୍ମୁଖ ଅଂଶ ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଥିବା ବେଳେ ପ୍ରାୟ ୨୫ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ୫ ଜଣଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
