ଭଦ୍ରକ: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଶନିବାର ଭଦ୍ରକ ଜିଲ୍ଲା ଗସ୍ତରେ ଆସିଥିଲେ। ଏହି ଅବସରରେ ସେ ଜିଲ୍ଲାପ୍ରଶାସନ ସହିତ କେନ୍ଦ୍ରରୁ ଦିଆଯାଇଥିବା ଅନୁଦାନ ସମ୍ପର୍କରେ ସମୀକ୍ଷା କରିଥିଲେ। କେନ୍ଦ୍ର ଆଦିବାସୀ କଲ୍ୟାଣ ବିଭାଗ ଓଡିଶା ସରକାରଙ୍କୁ ଆଦିବାସୀଙ୍କ ଉନ୍ନତି ପାଇଁ ୪୨୧ ଟଙ୍କା ପ୍ରଦାନ କରିଛି । ଏଥିରେ ଆଦିବାସୀ ଛାତ୍ରଛାତ୍ରୀଙ୍କ ପାଇଁ ଷ୍ଟାଇପେଣ୍ଡ, ଆଶ୍ରମ ସ୍କୁଲର ଉନ୍ନତି, ଆଦିବାସୀ ଛାତ୍ରଛାତ୍ରୀଙ୍କ ପାଇଁ ହେଷ୍ଟଲ ନିର୍ମାଣ ଆଦି ଉପରେ ଗୁରୁତ୍ୱ ଦିଆଯାଇଛି। ଏହି ଟଙ୍କାର ବିନିଯୋଗ ଉପରେ ଜିଲ୍ଳାର ଗ୍ରାମ୍ୟ ଉନ୍ନୟନ,ସ୍ୱାସ୍ଥ୍ୟ,ବିଦ୍ୟୁତ, ପରିମଳ, ରାସ୍ତା ଓ ଗୃହ ନିର୍ମାଣ ଆଦି ଲାଇନ ଡିପାର୍ଟମେଣ୍ଟ ଅଧିକାରୀଙ୍କ ସହିତ ମନ୍ତ୍ରୀ ଆଲୋଚନା କରିଥିଲେ । ଏହି ବୈଠକରେ ଜିଲ୍ଲାପାଳ ଲକ୍ଷ୍ମୀନାରାୟଣ ମିଶ୍ର, ଉପଜିଲ୍ଲାପାଳ ଅଜୟ ଜେନା, ସିଡିଏମଓ ଡା.ରମେଶ କୁମାର ମହାନ୍ତି ଓ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।