ପୁରୀ: ଶ୍ରୀଜୀଉଙ୍କ ନବଯୌବନ ଦର୍ଶନ ବନ୍ଦ ପ୍ରସଙ୍ଗରେ ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସକଙ୍କୁ ନୋଟିସ୍ ଜାରି କରିଛନ୍ତି ହାଇକୋର୍ଟ । ଏକ ଆବେଦନର ଶୁଣାଣି କରି ହାଇକୋର୍ଟ ବୁଧବାର ଆଇନ ସଚିବ, ଶ୍ରୀମନ୍ଦିର ପ୍ରଶାସକ, ମନ୍ଦିର ପରିଚାଳନା କମିଟି, ଦେବୋତ୍ତର କମିଶନର, ପୁରୀ ଜିଲ୍ଲାପାଳ ଓ ପୁରୀ ଏସପିଙ୍କୁ ଏହି ନୋଟିସ୍ ଜାରି କରିଛନ୍ତି । ନବକଳେବର ବର୍ଷ ହୋଇଥିବାରୁ ଭକ୍ତଙ୍କ ସମ୍ଭାବ୍ୟ ଭିଡ଼ ଓ ନୀତି ବିଳମ୍ୱ ଆଶଙ୍କ।ରେ ଶ୍ରୀମନ୍ଦିର ପ୍ରଶାସନ ଏଥର ନବଯୌବନ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି । ଏହା ଏକ ପୁରୁଣା ପରମ୍ପରା ହୋଇଥିବାରୁ ଏହାକୁ ବନ୍ଦ କରିବା ନିଷ୍ପତ୍ତିକୁ ବେଆଇନ୍ ଘୋଷଣା କରାଯାଉ ଏବଂ ଭକ୍ତଙ୍କ ଦର୍ଶନ ଲାଗି ଅନୁମତି ଦିଆଯାଉ ବୋଲି ଏକି ପିଟିସନ୍ ଦାୟର ହୋଇଥିଲା। ଏ ସମ୍ପର୍କରେ ସମସ୍ତ ପକ୍ଷକୁ ଜବାବ ଦାଖଲ କରିବାକୁ ହାଇକୋର୍ଟ କହିଛନ୍ତି । ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୩ କିମ୍ୱା ୨୪ରେ ତାରିଖରେ କରାଯିବ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।