ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜିଏସ୍‌ଟି, ବର୍ଦ୍ଧିତ ତୈଳ ଦର ଏବଂ E-WAY ବିଲ୍ ଭଳି ଏକାଧିକ ପ୍ରସଙ୍ଗ ବିରୋଧରେ ଟ୍ରେଡ୍ ୟୁନିୟନ୍ ପକ୍ଷରୁ ଆଜି ଭାରତ ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦ ଡାକରାକୁ ସମର୍ଥନ ଜଣାଇଛି କଟକ ନଗର ବ୍ୟବସାୟୀ ମହାସଂଘ । କେବଳ କଟକ ନୁହେଁ, ଦେଶର ପ୍ରାୟ ୪୦ ହଜାର ଟ୍ରେଡ୍ ଆସୋସିଏସନ୍ ବି ଏହି ବନ୍ଦକୁ ସମର୍ଥନ ଜଣାଇଛନ୍ତି । ଫଳରେ ଆଜି ପ୍ରାୟ ୨୦ ଲକ୍ଷ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ […]

Bharat banda today

Niharika Rout
  • Published: Friday, 26 February 2021
  • , Updated: 26 February 2021, 07:46 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜିଏସ୍‌ଟି, ବର୍ଦ୍ଧିତ ତୈଳ ଦର ଏବଂ E-WAY ବିଲ୍ ଭଳି ଏକାଧିକ ପ୍ରସଙ୍ଗ ବିରୋଧରେ ଟ୍ରେଡ୍ ୟୁନିୟନ୍ ପକ୍ଷରୁ ଆଜି ଭାରତ ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦ ଡାକରାକୁ ସମର୍ଥନ ଜଣାଇଛି କଟକ ନଗର ବ୍ୟବସାୟୀ ମହାସଂଘ । କେବଳ କଟକ ନୁହେଁ, ଦେଶର ପ୍ରାୟ ୪୦ ହଜାର ଟ୍ରେଡ୍ ଆସୋସିଏସନ୍ ବି ଏହି ବନ୍ଦକୁ ସମର୍ଥନ ଜଣାଇଛନ୍ତି । ଫଳରେ ଆଜି ପ୍ରାୟ ୨୦ ଲକ୍ଷ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିବାର ସମ୍ଭାବନା ରହିଛି । ଆଜି ସକାଳ ୬ରୁ ସଂଧ୍ୟା ୬ଟା ଯାଏଁ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରଖିବାକୁ ଘୋଷଣା କରାଯାଇଛି।

ଜିଏସ୍‌ଟି ଜଟିଳତା ଦ୍ୱାରା ବ୍ୟବସାୟୀମାନେ ଆର୍ଥିକ ଓ ମାନସିକ ସ୍ତରରେ ଅତିଷ୍ଠ ହୋଇସାରିଲେଣି । ତାଛଡ଼ା ଜିଏସ୍‌ଟି ଆଇନ ଯୋଗୁଁ ବ୍ୟବସାୟ କରିବା ମୁସ୍କିଲ ହୋଇପଡ଼ିଲାଣି ବୋଲି ମହାସଂଘ କହିଛି । କଟକ ମାଲଗୋଦାମ ବଣିକ ସଂଘ କାର୍ଯ୍ୟାଳୟରେ ଆୟୋଜିତ ବୈଠକରେ  ବନ୍ଦ ଡାକରାକୁ ସମର୍ଥନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା।

ବନ୍ଦ ସମୟରେ ଅତ୍ୟାବଶ୍ୟକ ସେବା ଯେପରି ବନ୍ଦ ନ ହୁଏ ତଥା ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକଙ୍କ କାମରେ ଯେପରି ବ୍ୟାଘାତ ସୃଷ୍ଟି ନ ହୁଏ ସେଥିପ୍ରତି ବିଶେଷ ଦୃଷ୍ଟି ଦିଆଯିବ। ଅପ୍ରିତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ଛକ ଜାଗାମାନଙ୍କରେ ଫୋର୍ସ ମୁତୟନ କରାଯିବ ବୋଲି  ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ କହିଛନ୍ତି।

Related story