ଭୁବନେଶ୍ୱର: ଭାରତୀୟ ଇତିହାସରେ ଓଡ଼ିଶାକୁ ଉଚିତ୍ ସ୍ଥାନ ମିଳିନାହିଁ। ଓଡ଼ିଶାର ଇତିହାସ ଯେତିକି ଉନ୍ନତ, ଏଠାରେ ଇତିହାସରେ ଯେଉଁ ସବୁ କାର୍ଯ୍ୟ ହୋଇଛି, ସେଗୁଡ଼ିକୁ ଠିକ୍ ଭାବେ ସ୍ଥାନୀତ କରି ନାହାନ୍ତି ଐତିହାସିକମାନେ। ତେଣୁ ବର୍ତ୍ତମାନ ସମୟରେ ଓଡ଼ିଶାର ଇତିହାସକୁ ଭାରତୀୟ ଇତିହାସରେ ଉଚିତ୍ ଭାବେ ସ୍ଥାନ ଦେବା ପାଇଁ ଉଦ୍ୟମ ଆରମ୍ଭ କରିଛି ଓଡ଼ିଶା ଇତିହାସ କଂଗ୍ରେସ। ଭୁବନେଶ୍ୱର ଉପକଣ୍ଠ ନହରକଣ୍ଟାଠାରେ ଆୟୋଜିତ ଓଡ଼ିଶା ଇତିହାସ କଂଗ୍ରେସର ପ୍ରଥମ ଆଞ୍ଚଳିକ ଅଧିବେଶନରେ ଏ ନେଇ ବିଶଦ୍ ଆଲୋଚନା ହୋଇଛି। ଦୁଇଟି ପର୍ଯ୍ୟାୟରେ ହୋଇଥିବା ଆଲୋଚନାରେ କିଭଳି ଭାବେ ଓଡ଼ିଶା ଇତିହାସକୁ ଭାରତୀୟ ଇତିହାସରେ ସ୍ଥାନୀତ କରାଯିବ, ସେ ସଂକ୍ରାନ୍ତରେ ବକ୍ତା ଓ ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି। ଅଧିବେଶନକୁ ଭୁବନେଶ୍ୱର ଉତ୍ତର ବିଧାୟକ ପ୍ରିୟଦର୍ଶୀ ମିଶ୍ର ଉଦଘାଟନ କରିଥିଲେ । ଉଚ୍ଚଶିକ୍ଷା ନିର୍ଦ୍ଦେଶକ ନିହାର ରଞ୍ଜନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।