ଭଦ୍ରକ: ଭଦ୍ରକ ଜିଲ୍ଲାର ବନ୍ୟାପରିସ୍ଥିତିର ସମୀକ୍ଷା କରିଛନ୍ତି କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ବିକାଶ ଚନ୍ଦ୍ର ମହପାତ୍ର। ଆଜି ପୂର୍ବାହ୍ନରେ ବନ୍ୟା ସ୍ଥିତି ନେଇ ସ୍ୱାସ୍ଥ୍ୟ, ଜଳସେଚନ, ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧିକରୀଙ୍କ ସହ ଆଲୋଚନା କରିଛନ୍ତି। ବନ୍ୟାଞ୍ଚଳରେ ସୃଷ୍ଟି ହୋଇଥିବା ଘାଇ ଗୁଡ଼ିକର ମରାମତି ଏବଂ ରକ୍ଷଣାବେକ୍ଷଣ ଉପରେ ଗୁରୁତ୍ୱ ଦିଆଯାଉଛି। ଚାନ୍ଦବାଲି ଓ ଧାମନଗର ବ୍ଲକରେ ଅନେକ ଗାଁ ବୈତରଣୀ ନଦୀର ବନ୍ୟାଜଳ ଘେରରେ ରହିଛି। ବନ୍ୟା ଜଳରେ ବ୍ୟାପକ ଚାଷ ଜମି ବୁଡି ରହିଛି। ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ସୁନ୍ଦରପୁର ପଞ୍ଚାୟତର ପାରଡ଼ିଆ ଗାଁର ଲୋକ ଗତ ୫ ଦିନ ହେବ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ସେହିଭଳି ଧାମନଗର ବ୍ଲକ ରାଧାବଲ୍ଲଭ ପଞ୍ଚାୟତର ଷୋଳଗାଁ, କାଶିମ୍ପୁର, ତିହିଡି ବ୍ଲକର ଶ୍ୟାମସୁନ୍ଦରପୁର, ତଳଦୁମୁକା ଆଦି ଗାଁ ପାଣି ଘେରରେ ରହିଛି। ଫଳରେ ଲୋକଙ୍କୁ ନାହିଁନଥିବା ଅସୁବିଧା ଭୋଗିବାକୁ ପଡୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।