ଭୁବନେଶ୍ୱର: ଭୁବନେଶ୍ୱର ଏମସର ୩ବର୍ଷ ପୂର୍ତ୍ତିକୁ ନେଇ ଆଜି ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱର ଏମସ୍ ନିର୍ଦ୍ଦେଶକ ସୂଚନା ଦେଇ କହିଛନ୍ତି ଯେ, ଶୀଘ୍ର ଏମସରେ ଆୟୁଷ ବିଲ୍ଡିଂ ଉଦଘାଟିତ ହେବ । ଏହାସହ ଆୟୁର୍ବେଦିକ ଓ ହୋମିଓପାଥି ସମେତ ଯୋଗଥେରାପି ଚିକିତ୍ସା ଦିଆଯିବ । ଆୟୁଷ ବିଲ୍ଡିଂ ନିର୍ମାଣ ସରିଛି । ଏଠାରେ ୫ଜଣ ଡାକ୍ତର ନିୟୋଜିତ ହେବେ । ଏହାଛଡା ଡାଇଲିସିସ୍ ୟୁନିଟ ଓ କ୍ୟାଥ ଲାବ ପ୍ରତିଷ୍ଠା ଦିଗରେ ଅଧିକ ଗୁରୁତ୍ୱ ଦିଆଯାଉଛି ବୋଲି ଏମସ୍ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ସେହିପରି ମ୍ଭେଲୋ ଫିବର ଭାକସିନ ବ୍ୟବସ୍ଥା, ଶ୍ରବଣ ଦୋଷ ଦୂରୀକରଣ ପାଇଁ ରୋଗୀଙ୍କୁ କୋଚ୍ ଲିୟର ମେସିନ ଯୋଗାଣ ବ୍ୟବସ୍ଥା ଭଳି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଉଛି। ଏମସରେ ରୋଗୀ ସେବା ପାଇଁ ୩୩୦ଟି ଶଯ୍ୟା ସୁବିଧା ରହିଛି। ଗତ ୬ମାସ ମଧ୍ୟମରେ ଓପିଡିରେ ୧ଲକ୍ଷ ୨୫ହଜାର ରୋଗୀ ଚିକିତ୍ସିତ ହୋଇଛନ୍ତି ବୋଲି ଭୁବନେଶ୍ୱର ଏମସ୍ ନିର୍ଦ୍ଦେଶକ ପ୍ରଫେସର ଅଶୋକ କୁମାର ମହାପାତ୍ର କହିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିଦ୍ୟୁତ୍ ଆଘାତରେ ୩ ହାତୀ ମୃତ୍ୟୁ ଘଟଣା; ୩ କ୍ଷେତ୍ର ବନ କର୍ମଚାରୀ ସସପେଣ୍ଡ
ଗତକାଲି ସମ୍ବଲପୁର ନାକଟିଦେଉଳ ରେଂଜ ବୁରମାଲ ଜଙ୍ଗଲରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୩ ଟି ହାତୀଙ୍କ ମୃତ୍ୟୁ ଘଟିଥିଲା।
Accident
ଗଛରେ ପିଟିହେଲା କାର୍; ଡ୍ରାଇଭର ଗୁରୁତର
ରାତିସାରା ଆଦିତ୍ୟ ଗୁରୁତର ଅବସ୍ଥାରେ କାର୍ ଭିତରେ ପଡ଼ି ରହିଥିଲେ।
Accident
ଓଲଟିଲା ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍, ଲାଗିଗଲା ନିଆଁ
ରାସ୍ତା କଡ଼କୁ ଏକ ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ ଓଲଟି ପଡ଼ିବାରୁ ଗୋଟିଏ ଗୋରୁ ଜୀବନ୍ତ ଦଗ୍ଧ ହୋଇ ଯାଇଛି।
Politics
ଆମ୍ବ ଟାକୁଆ ମୃତ୍ୟୁ: ପୁଣି ବିଜେଡି-ବିଜେପି ମୁହାଁମୁହିଁ, ଆରଡିସି ତଦନ୍ତ ରିପୋର୍ଟକୁ ଅପେକ୍ଷା
ଆମ୍ବ ଟାକୁଆ ଖାଇ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ ଥିବା ଦାରିଙ୍ଗିବାଡ଼ି ବ୍ଲକର ମାଣ୍ଡିପଙ୍କା ଗାଁର ଜିତା ମାଝୀଙ୍କର ଆଜି ମୃତ୍ୟୁ ହେବାପରେ ରାଜନୀତି ସରଗରମ ହୋଇଛି ।
Miscellaneous
୨୩ରେ ମନ୍ତ୍ରିମଣ୍ଡଳ ଓ ମନ୍ତ୍ରିପରିଷଦ ବୈଠକ, ଅତିରିକ୍ତ ଚିଠା ବଜେଟକୁ ମିଳିବ ମଞ୍ଜୁରୀ
ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୬ତାରିଖରେ ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ।