ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲକ୍ଡାଉନ୍ କଟକଣା ପ୍ରତ୍ୟାହାର ହେବା ପରେ ଗୋଟିଏ ସିଫ୍ଟରେ ଚାଲିବ ଭୁବନେଶ୍ୱର ବିମାନ ବନ୍ଦର। ସକାଳ ୧୦ଟାରୁ ସଂଧ୍ୟା ୬ଟା ଯାଏଁ ରହିବ ସିଫ୍ଟ। ଲକ୍ଡାଉନ୍ ପରେ ଏହି ଭଳି ନୂଆ ଏସ୍ଓପିରେ ବିମାନବନ୍ଦର କାର୍ଯ୍ୟ କରିବ ବୋଲି ସୂଚନା ଦେଇଛନ୍ତି ବିମାନବନ୍ଦର ନିର୍ଦ୍ଦେଶକ।
ଏୟାପୋର୍ଟ ଟର୍ମିନାଲରେ ଯାତ୍ରୀଙ୍କ ଗହଳି କମାଇବାକୁ ପ୍ରତି ଘଣ୍ଟାରେ କେବଳ ୨ଟି ବିମାନ ଯାଆସ କରିବ। ସାମାଜିକ ଦୂରତ୍ୱ ନିୟମ କଡ଼ାକଡ଼ି କରାଯିବ। ଯାତ୍ରୀଙ୍କ ପ୍ରବେଶ ଓ ପ୍ରସ୍ଥାନ ପଥରେ ଗାର ଟଣାଯିବ। ଯାତ୍ରୀଙ୍କ ବସିବା ପାଇଁ ଚେୟାର ଗୁଡ଼ିକ ନିର୍ଦ୍ଦିଷ୍ଟ ବ୍ୟବଧାନରେ ପକାଯିବ। ହାତ ଧୋଇବା ପାଇଁ ଏୟାରପୋର୍ଟରେ ପର୍ଯ୍ୟାପ୍ତ ୱାସ ବେସିନ ଓ ସାନିଟାଇଜର ରଖାଯିବ ବୋଲି ଏୟାରପୋର୍ଟ ପକ୍ଷରୁ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।