ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଝାଡ଼ଖଣ୍ଡ ଉପରେ ଥିବା ଘୂର୍ଣ୍ଣିବଳୟ ତଥା ମନସୁନ୍ ଟ୍ରାଫ୍ ଲାଇନ୍ ଯୋଗୁ ବର୍ଷା ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଶରତ ସାହୁ କହିଛନ୍ତି, ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ରହିବ। ଏହି ସମୟରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତା’ସହିତ ଉପକୂଳ ଓଡ଼ିଶାରେ ଘଣ୍ଟାପ୍ରତି ୪୦ କିଲୋମିଟରରୁ ଅଧିକ ବେଗରେ ପବନ ବହିବାର ସମ୍ଭାବନା ରହିଛି। ଚଳିତ ବର୍ଷ ରାଜ୍ୟରେ ମୌସୁମୀ ବର୍ଷା ବର୍ତ୍ତମାନ ପର୍ଯ୍ୟନ୍ତ ୩ ପ୍ରତିଶତ କମ୍ ରହିଛି। ୭ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ କମ୍ ବର୍ଷା ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।