ଭୁବନେଶ୍ୱର: କଟକ ରୋଡରେ ବିଜେଡି ଜନସମ୍ପର୍କ ପଦଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରର କଟକ ରୋଡ୍ ଅଞ୍ଚଳରେ ଆଜି ବିଜେଡି ପକ୍ଷରୁ ଜନସଂପର୍କ ପଦଯାତ୍ରା କରାଯାଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମିଲ ହୋଇଥିଲେ। ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କଦଳୀ ଗୋଦାମ ବସ୍ତିରେ ମଧ୍ୟ ପଦଯାତ୍ରା କରାଯାଇଥିଲା।ମୁଖ୍ୟମନ୍ତ୍ରୀଙ୍କ ସହ ସ୍ଥାନୀୟ ବିଧାୟକ, ନେତା ଓ କର୍ମୀମାନେ ସାମିଲ ହୋଇଥିଲେ। ବିଜେଡି ସରକାର ସଫଳତାକୁ ନେଇ ଗାନ୍ଧି ଜୟନ୍ତୀରୁ ଆରମ୍ଭ ହୋଇଥିବା ଏହି ଜନ ପଦଯାତ୍ରା ଜୟପ୍ରକାଶ ନାରାୟଣ ଜୟନ୍ତୀ ପର୍ଯ୍ୟନ୍ତ ଚାଲିବ।