ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ନୟାପଲ୍ଲୀ ତଳସାହିରେ ଗତକାଲି ସନ୍ଧ୍ୟାରେ ଡ୍ରେନରେ ଭାସିଯାଇ ଜଣେ ବାଳକଙ୍କ ମୃତ୍ୟୁ ଘଟିଛି । ମୃତ ବାଳକ ଜଣଙ୍କ ହେଲେ ପୁପୁନ ବିଶ୍ୱାଳ। ଗତକାଲି ସନ୍ଧ୍ୟାରେ ପ୍ରବଳ ବର୍ଷା ଯୋଗୁ ସ୍ଥାନୀୟ ଅଞ୍ଚଳରେ ରାସ୍ତା ଓ ଡ୍ରେନ ବୁଡିଯାଇଥିଲା। ଟ୍ୟୁସନରୁ ଘରକୁ ଫେରୁଥିବାବେଳେ ପିଲାଟି ରାସ୍ତା ଜାଣି ନ ପାରି ଡ୍ରେନରେ ଖସି ପଡିଥିଲା। ପାଣି ସୁଅ ଅଧିକ ଥିବାରୁ ସେ ପ୍ରାୟ ୩ଶହ ମିଟର ପର୍ଯ୍ୟନ୍ତ ଭାସି ଯାଇଥିଲା। ଅଗ୍ନିସେବା କର୍ମଚାରୀ ପହଞ୍ଚି ବାଳକକୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ନେଇଥିଲେ । ତେବେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଡ୍ରେନ ଉପରେ ସ୍ଲାବ ନ ଥିବାରୁ ଏଭଳି ଘଟଣା ଘଟିଲା ବୋଲି ଅଭିଯୋଗ ହେଉଛି । ଡ୍ରେନ ଉପରେ ତୁରନ୍ତ ସ୍ଲାବ ପକାଇବା ଦାବିରେ ଲୋକମାନେ ଦୀର୍ଘ ସମୟ ଧରି ସିବିଆଇ ଅଫିସ ସମ୍ମୁଖ ରାସ୍ତା ଅବରୋଧ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।