ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଭବନ ନିକଟସ୍ଥ ଇଣ୍ଡିଆନ୍ ଅଏଲ୍ ପେଟ୍ରୋଲ ପମ୍ପ ବିସ୍ପୋରଣରେ ଆହତଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏବେ ପେଟ୍ରୋଲ୍ ପମ୍ପ ବିସ୍ଫୋରଣ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ନିଆଁକୁ ଆୟତ୍ତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେବା ସହ ବିସ୍ଫୋରଣରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।
ଉଲ୍ଲେଖ ଯୋଗ୍ୟ, ଆଜି ବିସ୍ଫୋରଣରେ ୯ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛନ୍ତି। ସେମାନଙ୍କୁ କଟକ ଏସ୍ସିବି ପଠାଯାଇଛି ବୋଲି ପୁଲିସ କମିଶନର ସୁଧାଂଶ ଷଡଙ୍ଗୀ କହିଛନ୍ତି।
ପେଟ୍ରୋଲ ପମ୍ପରେ ଥିବା ଡିଜେଲ ଓ ପେଟ୍ରୋଲ ଟାଙ୍କି ସୁରକ୍ଷିତ ରହିଛି। ସିଏନ୍ଜି ଟାଙ୍କିରେ ବଳିଥିବା ସିଏନ୍ଜିକୁ ବାହାର କରିବା ପାଇଁ ଆଇଓସିଏଲ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।