ଭୁବନେଶ୍ୱର: ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ପାଞ୍ଚ ଦିନ ଧରି ଚାଲିଥିବା ‘ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ’ ଗତକାଲି ଉଦ୍ଯାପିତ ହୋଇଛି। ଉତ୍ସବର ଶେଷ ସଂଧ୍ୟାରେ ବିଶିଷ୍ଟ କଣ୍ଠଶିଳ୍ପୀ ଶ୍ୟାମାମଣି ଦେବୀ ଓ ନୃତ୍ୟଗୁରୁ ଧ୍ରୁବଚରଣ ବିଶ୍ୱାଳଙ୍କୁ ନାଲକୋ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ପ୍ରଦାନ କରାଯାଇଛି।
ଏହାସହ ଓଡ଼ିଶୀ ନୃତ୍ୟ ଶିଳ୍ପୀ ଲିଙ୍ଗରାଜ ପ୍ରଧାନ, ନମ୍ରତା ମେହେଟ୍ଟା, ଭାରତ ନାଟ୍ୟମ ନୃତ୍ୟଶିଳ୍ପୀ ଜୋସ୍ନା ଜଗନ୍ନାଥନ ଓ ଓଡ଼ିଶୀ କଣ୍ଠଶିଳ୍ପୀ ଯତୀନ କୁମାର ସାହୁଙ୍କୁ ନାଲକୋ ଗୁରୁ କେଳୁଚରଣ ମହାପାତ୍ର ଯୁବ ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଛି।
ସାଂସ୍କୃତିକ ଅନୁଷ୍ଠାନ ସୃଜନ ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ଅତିଥି ଭାବେ ଉନ୍ନୟନ ସଚିବ ଆର ବାଲକ୍ରିଷ୍ନନ ଓ ବିଶିଷ୍ଟନୃତ୍ୟ ସମୀକ୍ଷକ ଲିଳା ଭେଙ୍କଟରମଣ ଯୋଗଦେଇ ଏହି ସମ୍ମାନ ପ୍ରଦାନ କରିଥିଲେ। ଏହି ଅବସରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୀବନୀକୁ ନେଇ ସୃଜନର ନୃତ୍ୟଶିଳ୍ପୀ ଡ୍ୟାନ୍ସ ଡ୍ରାମା ପରିବେଷଣ କରିଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Culture & Literature
‘ଇନ୍ଦୁପୁର ହାଇସ୍କୁଲରେ ପଢ଼ିବା ବେଳେ ମୋ’ ଜୀବନ ଗଢ଼ି ଉଠିଥିଲା’
୧୯୩୯ ମସିହା ଫେବ୍ରୁଆରୀ ୨୭ ତାରିଖରେ ଅବିଭକ୍ତ କଟକ ଜିଲ୍ଲା ତଥା ବର୍ତ୍ତମାନର କେନ୍ଦ୍ରାପଡ଼ା ଜିଲ୍ଲାର ଚାରିଗାଁଠାରେ ଜନ୍ମ ଗ୍ରହଣ କରିଥିଲେ ପ୍ରଫେସର ବୈଷ୍ଣବ ଚରଣ ସାମଲ। ସେ କହିଛନ୍ତି, ଇନ୍ଦୁପୁର ହାଇସ୍କୁଲରେ ପାଠ ପଢ଼ିବା ବେଳେ ମୋ’ ଜୀବନ ଗଢ଼ି ଉଠିଥିଲା।
Culture & Literature
ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
ଚଳିତ ବର୍ଷ ବିଶିଷ୍ଟ ସାହିତ୍ୟିକ ବୈଷ୍ଣବ ଚରଣ ସାମଲଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିବ ବୋଲି ଘୋଷଣା ହୋଇଛି। 'ଭୂତି ଭକ୍ତି ବିଭୂତି' ପ୍ରବନ୍ଧ ପୁସ୍ତକ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ।
Culture & Literature
ପ୍ରୟାଗରାଜ ମହାକୁମ୍ଭକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ
୨୦୨୫ ଜାନୁଆରୀ ୧୩ ତାରିଖରୁ ଫେବ୍ରୁଆରୀ ୨୬ ତାରିଖ ପର୍ଯ୍ୟନ୍ତ ପ୍ରୟାଗରାଜରେ ଅନୁଷ୍ଠିତ ହେବ ମହାକୁମ୍ଭ।
Culture & Literature
‘ନାଚେମଲେଇ’ ଓ ‘ସୂର୍ଯ୍ୟଲାବଣ୍ୟ’ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ
କଲିକତାର ପ୍ରତିଷ୍ଠିତ ଓଡ଼ିଶୀ ନୃତ୍ୟାଙ୍ଗନା ଗୁରୁମା ଆଲୋକା କାନୁନଗୋଙ୍କ ଶିଂଜନ ନୃତ୍ୟାଳୟର ଶିଳ୍ପୀମାନେ ଓଡ଼ିଶୀ ନୃତ୍ୟ ଶୈଳୀରେ ବନ୍ଦେ ମାତରମ୍, ତାରା ପଲ୍ଲବୀ ଓ ସୂର୍ଯ୍ୟଲାବଣ୍ୟ ପରିବେଷଣ କରିଥିଲେ।
Culture & Literature
‘ସିନେମାର ଟାଇଟଲକୁ ନେଇ ମୋର ଇସ୍ୟୁ ଥିଲା, ଆଉ ସେହି ଇସ୍ୟୁ ରହିବ’
ମୁଁ ଜଣେ ଅଭିନେତା। ଅଭିନେତା ହିସାବରେ ସାହିତ୍ୟରେ ଯେତିକି ଜ୍ଞାନ ରହିବା କଥା, ତା’ଠାରୁ ବି କମ୍ ଜ୍ଞାନ ମୋର ଅଛି।