ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ରାଜ୍ୟର ସବୁଠୁ ଅଧିକ ପ୍ରଦୂଷିତ ସହର ମଧ୍ୟରେ ରହିଛି ରାଜଧାନୀ ଭୁବନେଶ୍ୱର। ଏବେ ଭୁବନେଶ୍ୱର ରହିଛି ପ୍ରଦୂଷଣ କବଳରେ ।ରାଜଧାନୀ ଭୁବନେଶ୍ୱର ସମେତ କଟକ, ଅନୁଗୁଳ, ତାଳଚେର, ବାଲେଶ୍ୱର, ରାଉରକେଲା ଓ କଳିଙ୍ଗନଗର ସବୁଠୁ ଅଧିକ ପ୍ରଦୂଷିତ। ଅଙ୍ଗାରକାମ୍ଲର ପରିମାଣ ବଢ଼ୁଥିବା ଯୋଗୁଁ ଏବେ ବାୟୁ ମଣ୍ଡଳରେ ପ୍ରଦୂଷଣ ମାତ୍ରା ବଢ଼ିବାରେ ଲାଗିଛି। କଳକାରଖାନାରୁ ନିର୍ଗତ ଦୂଷିତ ଜଳ, ପ୍ଲାଷ୍ଟିକର ବ୍ୟବହାର, ସଫେଇ ନହେବା ଏବଂ ବିଭିନ୍ନ କ୍ଷେତ୍ରରେ ଅଧିକରୁ ଅଧିକ ଅଙ୍ଗାରକାମ୍ଲ ନିର୍ଗତ ଏହାର ପ୍ରମୁଖ କାରଣ ବୋଲି ବୈଠକରେ ପ୍ରକାଶ ପାଇଛି। ସେହିପରି ରାଜ୍ୟର
୯ଟି ନଦୀର ଅବବାହିକା ପ୍ରଦୂଷିତ ହୋଇଛି। ସେଥିରୁ ଗଙ୍ଗୁଆ ନାଳ ସର୍ବାଧିକ ପ୍ରଦୂଷିତ ହୋଇଥିବା ଜଣାପଡ଼ିଛି। ଆଜି ପରିବେଶ ସଂକ୍ରାନ୍ତିୟ ଗୃହ କମିଟି ବୈଠକ ପରେ ଏପରି କିଛି ତଥ୍ୟ ସାମ୍ନାକୁ ଆସିଛି । ଏହି ବୈଠକରେ ବାଚସ୍ପତି ସୂଯ୍ୟନାରାୟଣ ପାତ୍ରଙ୍କ ସମେତ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସଦସ୍ୟ ସଚିବ ଦେବୀଦତ୍ତ ଓ ବିଭିନ୍ନ ବିଭାଗର ସଚିବ ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।
Miscellaneous
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।
Miscellaneous
୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି
୮ ତାରିଖ ରାତିରେ ରାଜଭବନରେ ରାତ୍ରୀଯାପନ କରିବେ। ୯ ତାରିଖ ଜନତା ମଇଦାନରେ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ସାମିଲ ହେବେ।
Miscellaneous
ମାର୍ଚ୍ଚ ୩୧ ସୁଦ୍ଧା 'ସୁଭଦ୍ରା' ଆବେଦନ କଲେ ୨ଟି କିସ୍ତି ମିଳିବ
୨୦୨୪-୨୦୨୫ ପାଇଁ ଆବେଦନର ଶେଷ ତାରିଖ ରହିଛି ଆସନ୍ତା ମାର୍ଚ୍ଚ ୩୧ ତାରିଖ। ତା’ଭିତରେ ଯେଉଁମାନେ ବି ଆବେଦନ କରିବେ, ସମସ୍ତଙ୍କୁ ୨ଟି କିସ୍ତି ପ୍ରଦାନ କରାଯିବ ବୋଲି କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ନିଆଯାଇଛି।
Miscellaneous
ମୋରମ ଖଣିରେ ଫସିଛି ହାତୀ ଛୁଆ, ଜଗି ରହିଛି ମା’
ପାଖରେ ମା’ ହାତୀ ଏବଂ ହାତୀପଲ ଥିବାରୁ ଉଦ୍ଧାର କାର୍ଯ୍ୟ ହୋଇପାରିନି।