Advertisment

ସମ୍ଭାବ୍ୟ ବାତ୍ୟା ନେଇ ଆଲର୍ଟ କଲା ଭୁବନେଶ୍ୱର ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ସତର୍କ ସୂଚନା ଜାରି ହୋଇଛି। ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ମେ’ ୨୨ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସହ ଏହା ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ସତର୍କ କରାଇଛି। ଏହାର ପ୍ରଭାବରେ ୨୫ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା ହେବ ବୋଲି […]

author-image
Ranjit Kumar Jena
ଅଦ୍ୟତନ ହୋଇଛି
ସମ୍ଭାବ୍ୟ ବାତ୍ୟା ନେଇ ଆଲର୍ଟ କଲା ଭୁବନେଶ୍ୱର ପାଣିପାଗ କେନ୍ଦ୍ର

cyclone1

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ସତର୍କ ସୂଚନା ଜାରି ହୋଇଛି। ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ମେ’ ୨୨ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସହ ଏହା ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ସତର୍କ କରାଇଛି। ଏହାର ପ୍ରଭାବରେ ୨୫ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।

Advertisment

ଆଜି ଅପରାହ୍ନ ୪ଟାରେ ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ, ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ବଙ୍ଗୋପସାଗରର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ୨୨ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୭୨ଘଣ୍ଟା ମଧ୍ୟରେ ଏହା ଧୀରେ ଧୀରେ ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ ବା ବାତ୍ୟାରେ ପରିରତ ହେବାର ସମ୍ଭାବନା ରହିଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ୨୬ତାରିଖ ସନ୍ଧ୍ୟା ସମୟରେ ପହଂଚିବାର ସମ୍ଭାବନା ରହିଛି।

ବାତ୍ୟା ୟାସ୍‌ ସମ୍ବନ୍ଧୀୟ ଲାଇଭ୍‌ ଅପଡେଟ୍ ପାଇଁ କ୍ଲିକ କରନ୍ତୁ

୨୫ତାରିଖ ରାତିଠାରୁ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ଗୋଟିଏରୁ ଦୁଇଟି ସ୍ତାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ଓ ପରବର୍ତ୍ତୀ ସମୟରେ ବର୍ଷାର ତୀବ୍ରତା ବୃଦ୍ଧି ପାଇବ। ୨୩ତାରିଖ ବେଳକୁ ଆଣ୍ଡାମାନ ସାଗର ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ପବନ ଘଣ୍ଟା ପ୍ରତି ୪୫ରୁ ୫୫ କିମି ପବନ ବୋହିବାର ସମ୍ଭାବନା ରହିଛି। ୨୩ତାରିଖ ଓ ପରବର୍ତ୍ତୀ ସମୟରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦କିମି ଓ ୨୪ରୁ ୨୬ତାରିଖ ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ବଙ୍ଗୋପସାଗର ଅଂଚଳ ତଥା ଓଡ଼ିଶା-ପଶ୍ଚିମବଙ୍ଗ-ବଙ୍ଗଳାଦେଶ ଉପକୂଳରେ ପବନ ଅଧିକ ଶକ୍ତିଶାଳୀ ହେବାର ସମ୍ଭାବନା ରହିଛି।

Advertisment

ମତ୍ସ୍ୟଜୀବୀମାନଙ୍କୁ ୨୩ରୁ ୨୫ତାରିଖ ପର‌୍ୟ୍ୟନ୍ତ ବଙ୍ଗୋପସାଗରର ଗଭୀର ସମୁଦ୍ର ଅଂଚଳରେ ଓ ଉତ୍ତର ବଙ୍ଗୋପସାଗର ତଥା ଓଡ଼ିଶା ଉପକୂଳ ମଧ୍ୟକୁ ୨୫ରୁ ୨୭ ତାରିଖ ପର‌୍ୟ୍ୟନ୍ତ ପ୍ରବେଶ ନକରିବାକୁ ଏବଂ ୨୩ତାରିଖ ସୁଦ୍ଧା ଉପକୂଳକୁ ଫେରି ଆସିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ଅନ୍ୟପକ୍ଷରେ, ରାଜ୍ୟ ସରକାର ମଧ୍ୟ ସମ୍ଭାବ୍ୟ ବାତ୍ୟା ଆଶଙ୍କାରେ ଆଜିଠୁ ପ୍ରସ୍ତୁତି ଜୋରଦାର କରିଛନ୍ତି। ଯଦିଓ ବାତ୍ୟାର ରୂପରେଖ ୨୨ତାରିଖ ପରେ ସ୍ପଷ୍ଟ ହେବ ବୋଲି ଏସଆରସି ପ୍ରଦୀପ କୁମାର ଜେନା କହିଛନ୍ତି, ତଥାପି ଆଜି ସେ ଉପକୂଳ ଜିଲ୍ଲାର ଜିଲ୍ଲାପାଳ,ଏସପି ଓ ବରିଷ୍ଠ ଅଧିକାରୀଙ୍କ ସହ ସମ୍ଭାବ୍ୟ ବାତ୍ୟା ଓ ଏହାର ମୁକାବିଲା ପାଇଁ ପ୍ରସ୍ତୁତି ଉପରେ ଆଲୋଚନା କରିଥିବା ଜଣାପଡ଼ିଛି ।

Cyclone Yaas