କଟକ(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାର ତଦନ୍ତର ଷ୍ଟାଟସ ରିପୋର୍ଟକୁ ନେଇ ବିରକ୍ତି ପ୍ରକାଶ କରିଛନ୍ତି ହାଇକୋର୍ଟ। ପୁଲିସ ମହାନିର୍ଦ୍ଦେଶକଙ୍କୁ ବ୍ୟକ୍ତିଗତ ଭାବେ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବ୍ୟକ୍ତିଗତ ହାଜର ସହ ତଦନ୍ତ ଅଗ୍ରଗତି ନେଇ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇନ୍ତି କୋର୍ଟ। ମାମଲାର ପରବର୍ତ୍ତୀ ଶୁଣାଣି ୧୮ ତାରିଖକୁ ଧାର୍ଯ୍ୟ କରାଯାଇଛି। ସେହିଦିନ ହାଜର ହେବା ପାଇଁ ଡିଜିପିଙ୍କ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଏନେଇ ଭାରତୀୟ ବିକାଶ ପରିଷଦର ଓକିଲ ଗୋପାଳ ପ୍ରସାଦ ଜେନା ପ୍ରକାଶ କରିଛନ୍ତି।
ଗତ ଅଗଷ୍ଟ ୩୦ ତାରିଖରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ନେଇ ଭୁବନେଶ୍ୱର ମହିଳା ଥାନାରେ ଏତଲା ଦାୟର ହୋଇଥିଲା। ଏହି ଘଟଣାରେ ଓଟିଭିର କିଛି କର୍ମଚାରୀ, ଜଣେ ପୁଲିସ କର୍ମଚାରୀ ଓ ତାଙ୍କର ଦୁଇ ସହଯୋଗୀ ସଂପୃକ୍ତ ଥିବା ପୀଡ଼ିତା ଅଭିଯୋଗ କରିଥିଲେ। ହେଲେ ଏଯାଏ ଉକ୍ତ ପୁଲିସ୍ କର୍ମଚାରୀଙ୍କୁ ଚିହ୍ନଟ କରିପାରିନି ପୁଲିସ୍।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।