ଭୁବନେଶ୍ୱର: ନିଜକୁ ବୀମା କମ୍ପାନୀର କର୍ମଚାରୀ କହି ଅନଲାଇନରେ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ। ଏହି ଦୁଇ ଠକଙ୍କୁ ଦିଲ୍ଲୀରୁ ଗିରଫ କରି ଭୁବନେଶ୍ୱର ଆଣିଛି ପୋଲିସ। ଆଜି ସେମାନଙ୍କ କୋର୍ଟ ଚାଲାଣ କରାଯିବ। ଗିରଫ ଦୁଇ ଜଣ ହେଲେ ନଦିମ୍ ସୈଫ ଓ ରାମଦତ୍ତ ସାଇରା। ଏମାନେ ବୀମା ଅବଧି ପୁରି ଯାଇଥିବା ଏବଂ ଅଧାରୁ ବନ୍ଦ ହୋଇଯାଇଥିବା ବୀମାର ରାଶିକୁ ଫେରାଇବା ପ୍ରଲୋଭନ ଦେଖାଇ ବିଭିନ୍ନ ଲୋକଙ୍କଠାରୁ ଲକ୍ଷାଧିକ ଟଙ୍କ। ଠକି ନେଇଥିବା ନୂଆପଲ୍ଲୀ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ତଦନ୍ତ କରି ଦୁଇ ଜଣଙ୍କୁ ଗିରଫ କରିଥିବା ବେଳେ ଏକ ରାକେଟ୍ ଜରିଆରେ ସେମାନେ ଏଭଳି ଠକେଇ କରୁଥିବା ଜାଣିବାକୁ ପାଇଛି । ରାକେଟର ଅନ୍ୟ ସଦସ୍ୟଙ୍କୁ ଗିରଫ ପାଇଁ ତନାଘନା ଚଳେଇଛି ପୋଲିସ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦୁଇ ଶ୍ରମିକଙ୍କୁ ଅପହରଣ କରି ମାଗୁଥିଲେ ଟଙ୍କା, ବନ୍ଧା ହେଲେ ଦୁଇ ଯୁବକ
ଗତ ୫ ତାରିଖ ଦିନ ହାଡିଆପଠାରେ କିଛି ନିଶାସକ୍ତ ଯୁବକଙ୍କ ସହ ସେମାନଙ୍କର ପାଟିତୁଣ୍ଡ ହୋଇଥିଲା। ଏହାପରେ ଯୁବକମାନେ ଦୁଇ ଶ୍ରମିକଙ୍କୁ ଉଠାଇ ନେଇ ଯୋବ୍ରା ଅଞ୍ଚଳର ପରିତ୍ୟକ୍ତ ଘରେ ରଖିଥିଲେ।
Crime
ରାଜଧାନୀରେ ଚାଞ୍ଚଲ୍ୟ; ଚଳନ୍ତା ସ୍କୁଟିରେ ଯାଉଥିବା ଯୁବକଙ୍କୁ ଚୋଟ, ମୁଣ୍ଡ-ଗଣ୍ଡି ଅଲଗା
ଆଜି ସକାଳ ପ୍ରାୟ ୮ଟା ବେଳେ ରସୁଲଗଡ଼ରୁ ବାଣୀବିହାର ଓଭରବ୍ରିଜ ଉପରେ ଜଣେ ଯୁବକ ସ୍କୁଟିରେ ଯାଉଥିଲେ। ଏହି ସମୟରେ ପଛରୁ ଏକ ବାଇକ୍ରେ ଆସିଥିବା ଦୁଇ ଯୁବକ ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ଏକ ମାରଣାସ୍ତ୍ରରେ ଚୋଟ ପକାଇଥିଲେ।
Crime
ପୁଲିସ୍ ମାରିଛି ପୋଷ୍ଟର- ଅଭିଯୁକ୍ତକୁ ଧରାଇ ଦିଅ, ଲକ୍ଷେ ଟଙ୍କା ନିଅ
ସଂପୃକ୍ତ ଅଭିଯୁକ୍ତର ୨ଟି ଫଟୋ ଜାରି କରିଛି ସମ୍ବଲପୁର ପୁଲିସ୍। କୌଣସି ବ୍ୟକ୍ତି ଅଭିଯୁକ୍ତ ସମ୍ପର୍କରେ ସୂଚନା ଦେଲେ ତାଙ୍କୁ ଲକ୍ଷେ ଟଙ୍କା ପୁରସ୍କାର ରାଶି ଦିଆଯିବ ବୋଲି ପୁଲିସ କହିଛି।
Crime
ସେହି କାଳ ରାତି ନେଇଗଲା ୨ ବିଜେପି ନେତାଙ୍କ ଜୀବନ
କାରରେ ଥିଲେ ୬ ଜଣ। ଆଗରେ ବସିଥିଲେ ଡ୍ରାଇଭରଙ୍କ ସମେତ ୨ ଜଣ। ପଛରେ ବସିଥିଲେ ୪ ଜଣ। ହାଇୱା ୩ ଥର ଦେଇଥିଲା ଧକ୍କା। ଏଥିରେ ବିଜେପିର ଗୋଶାଳା ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକ ଓ ପୂର୍ବତନ ସରପଞ୍ଚ ମୁରଲୀଧର ଛୁରିଆଙ୍କ ମୃତ୍ୟୁ ଘଟିଥିଲା।
Crime
ଘରେ ଚୋରି କରିବାକୁ ପଶିଥିଲା ଚୋର, କିଛି ନମିଳିବାରୁ ମହିଳାଙ୍କୁ...
ଚୋରି କରିବାକୁ କୌଣସି ମୂଲ୍ୟବାନ ସାମଗ୍ରୀ ନପାଇବାରୁ ଘରେ ଥିବା ମହିଳାଙ୍କୁ ଚୁମ୍ବନ ଦେଇ ପଳାଇଲା ଚୋର। ମହିଳାଙ୍କ ଅଭିଯୋଗ ପରେ ଅଭିଯୁକ୍ତ ଚୋରକୁ ଧରିଛି ପୁଲିସ।