Advertisment

ନୂଆ ରୂପ ନେବ ଭୁବନେଶ୍ୱର ରେଳଷ୍ଟେସନ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ରେଳଷ୍ଟେସନର ପୁନଃବିକାଶ ପାଇଁ ଆଜି ନୂଆଦିଲ୍ଲୀସ୍ଥିତ ଉଦ୍ୟୋଗ ଭବନଠାରେ ଉଭୟ ରେଳବାଇ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଅଛି। ରେଳବାଇ ପକ୍ଷରୁ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଶଶୀକାନ୍ତ ସିଂହ ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଉପାଧ୍ୟକ୍ଷ ଏହି ବୁଝାମଣା ପତ୍ରରେ ସ୍ଵାକ୍ଷର କରିଛନ୍ତି। ନୂଆଦିଲ୍ଲୀ ଉଦ୍ୟୋଗ ଭବନଠାରେ କେନ୍ଦ୍ର ରେଳମନ୍ତ୍ରୀ ପିୟୁଷ ଗୋୟଲ; କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ […]

author-image
Manoranjan Sial
ନୂଆ ରୂପ ନେବ ଭୁବନେଶ୍ୱର ରେଳଷ୍ଟେସନ୍‌

rail3

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ରେଳଷ୍ଟେସନର ପୁନଃବିକାଶ ପାଇଁ ଆଜି ନୂଆଦିଲ୍ଲୀସ୍ଥିତ ଉଦ୍ୟୋଗ ଭବନଠାରେ ଉଭୟ ରେଳବାଇ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଅଛି। ରେଳବାଇ ପକ୍ଷରୁ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଶଶୀକାନ୍ତ ସିଂହ ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଉପାଧ୍ୟକ୍ଷ ଏହି ବୁଝାମଣା ପତ୍ରରେ ସ୍ଵାକ୍ଷର କରିଛନ୍ତି।

Advertisment

publive-imageନୂଆଦିଲ୍ଲୀ ଉଦ୍ୟୋଗ ଭବନଠାରେ କେନ୍ଦ୍ର ରେଳମନ୍ତ୍ରୀ ପିୟୁଷ ଗୋୟଲ; କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ରେଳବାଇ ବୋର୍ଡ ଇଂଜିନିୟରିଂ ସଦସ୍ୟ ବିଶ୍ୱେଷ ଚୌବେ ଓ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ବିଦ୍ୟାଭୂଷଣଙ୍କ ସହିତ ଉଚ୍ଚ ଅଧିକାରୀ ଓ ରାଜ୍ୟ ସରକାରଙ୍କ ଅଧିକାରୀମାନେ ଉପସ୍ଥିତ ଥିବାବେଳେ ଭିଡ଼ିଓ କନଫରେନସିଙ୍ଗ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ ଉପସ୍ଥିତ ଥିଲେ ।

କେନ୍ଦ୍ର ସରକାରଙ୍କ ସ୍ମାର୍ଟ ସିଟି ମିଶନ ଅନ୍ତର୍ଭୁକ୍ତ ରେଳଷ୍ଟେସନ ମଲ୍ଟିମୋଡ଼ାଲ ହବ ନିର୍ମାଣ ଭାବରେ ଭୁବନେଶ୍ୱର ରେଳଷ୍ଟେସନ ସଂଲଗ୍ନ ଅଞ୍ଚଳକୁ ବିକଶିତ କରାଯିବ। ଏହି ପ୍ରକଳ୍ପକୁ ଓଡ଼ିଶା ସରକାରଙ୍କ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଦ୍ୱାରା ନିର୍ମାଣ କରାଯିବ। ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ଓ ଭୁବନେଶ୍ୱର ଉନ୍ନୟନ କର୍ତୃପକ୍ଷଙ୍କ ମିଳିତ ଜମିରେ ଏହି ମଲ୍ଟିମୋଡ଼ାଲ ହବର ଭୁବନେଶ୍ୱର ରେଳ ଷ୍ଟେସନର ନୂତନ ଟର୍ମିନାଲ ବିଲଡିଙ୍ଗ, ସିଟି ବସ ଟର୍ମିନାଲ, ପବ୍ଲିକ କାର ପାର୍କିଙ୍ଗ ଏବଂ ସାଧାରଣ ଲୋକଙ୍କ ଉପଯୋଗୀ ମିଶ୍ରିତ ସଂସ୍ଥା ସହିତ ସବୁ ପ୍ଳାଟଫର୍ମ ଉପର ଦେଇ ଭୁବନେଶ୍ୱର ଷ୍ଟେସନର ଉଭୟ ପାର୍ଶ୍ୱକୁ ସଂଲଗ୍ନ କରୁଥିବା ଏକ କନକୋର୍ସ ନିର୍ମାଣ କରାଯିବ।

Advertisment

publive-imageଉଭୟ ରେଳବାଇ ଓ ରାଜ୍ୟସରକାରଙ୍କ ଜମିରେ ନୂତନ ଷ୍ଟେସନ ବିଲଡିଙ୍ଗ ଏବଂ ଦୁଇଟି ଲାଇନ ସହିତ ପ୍ଳାଟଫର୍ମ ନିର୍ମାଣ ଯୌଥ ଭାବେ କରାଯିବ। ପ୍ରସ୍ତାବିତ ବିଲଡିଙ୍ଗ ରେ ତଳ ମହଲା ସହିତ ୫ ମହଲା ନିର୍ମାଣ କରାଯିବ ଯାହାକି ରେଳବାଇ ଦ୍ୱାରା ତଳ ମହଲା ସହିତ ୨ଟି ମହଲା ବ୍ୟବହାର କରାଯିବ। ରେଳବାଇ ପାଇଁ ୧.୭୪ ଲକ୍ଷ ବର୍ଗ ଫୁଟ ବ୍ୟବହାର କରାଯିବ।

ଏହି ପ୍ରକଳ୍ପ ପାଇଁ ରେଳବାଇ ପ୍ରାୟ ୭୦କୋଟି ଟଙ୍କା ବ୍ୟୟ ବରାଦ କରିଛି ଯେଉଁଥିରେ ଦୁଇଟି ଅତିରିକ୍ତ ରେଳ ଲାଇନ ଓ ପୂର୍ଣ୍ଣ କଭରସେଡ ଥାଇ ଗୋଟିଏ ପ୍ଳାଟଫର୍ମ, ଫୁଟ ଓଭର ବ୍ରିଜ ର ସମ୍ପ୍ରସାରଣ ଏବଂ ସମସ୍ତ ଯାତ୍ରୀ ସୁବିଧା ଉପଲବ୍ଧ କରାଯିବ। ସେହିଭଳି, ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାୟ ୬୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଅଛି ଯେଉଁଥିରେ ତଳ ମହଲା ସହିତ ଦୁଇ ମହଲା ନୂତନ ଷ୍ଟେସନ ବିଲଡିଙ୍ଗ ନିର୍ମାଣ କରାଯିବ।