ସୁରତ(ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠାରୁ ସୁରତ-ଭୁବନେଶ୍ୱର ମଧ୍ୟରେ ଆରମ୍ଭ ହେବ ସିଧା ବିମାନ ସେବା। ଏୟାର ଇଣ୍ଡିଆ ପକ୍ଷରୁ ଏହି ବିମାନ ସେବା ଆରମ୍ଭ ହେବ। ଦୁଇ ସହର ମଧ୍ୟରେ ସପ୍ତାହକୁ ୨ଥର ବିମାନ ଚଳାଚଳ କରିବ। ସୋମବାର ଓ ଗୁରୁବାର ଭୁବନେଶ୍ୱରରୁ ସୁରତକୁ ବିମାନ ଚଳାଚଳ କରିବାକୁ ଥିବା ବେଳେ ସୁରତରୁ ଭୁବନେଶ୍ୱରକୁ ଶୁକ୍ରବାର ଓ ରବିବାର ଦିନ ବିମାନ ଚଳାଚଳ କରିବ।
ଭୁବନେଶ୍ୱରରୁ ସକାଳ ୮ଟା ୩୦ରୁ ବିମାନ ବାହାରି ସକାଳ ୧୦ଟା ୩୦ରେ ସୁରତରେ ପହଞ୍ଚିବ। ସେହିଭଳି ସୁରତରୁ ସକାଳ ୮ଟା ୩୦ରେ ବାହାରି ଭୁବନେଶ୍ୱରରେ ସକାଳ ୧୦ଟା ୩୦ରେ ପହଞ୍ଚିବ ବୋଲି ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କଠାରୁ ସୂଚନା ମିଳିଛି। ଏହି ବିମାନ ସେବା ଦ୍ୱାରା ସୁରତରେ ଥିବା ପ୍ରବାସୀ ଓଡ଼ିଆ ଉପକୃତ ହେବେ ବୋଲି କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।