Advertisment

ଆଜିଠୁ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା, ସାଢେ଼ ତିନି ଲକ୍ଷ ଛାତ୍ରଛାତ୍ରୀ ଦେବେ ପରୀକ୍ଷା

ଆଜିଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା। ଏଥର ପରୀକ୍ଷା ଦେବେ ପ୍ରାୟ ସାଢେ଼ ତିନି ଲକ୍ଷ ଛାତ୍ରଛାତ୍ରୀ । ଚଳିତ ବର୍ଷ ସାରା ରାଜ୍ୟରେ ମୋଟ୍ ୧୧ ଶହ ୪୫ଟି ପରୀକ୍ଷା କେନ୍ଦ୍ର ଓ ୨୦୨ଟି ହବ୍ କରାଯାଇଛି।

Exam

ଏଥର କଳାରେ ୨ଲକ୍ଷ ୧୯ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ପରୀକ୍ଷାର୍ଥୀ ଏଥର ପରୀକ୍ଷା ହଲରେ ବସିବେ। ପ୍ରଥମ ଦିନରେ ମାତୃଭାଷାରେ ପରୀକ୍ଷା ଦେବେ ବିଜ୍ଞାନ ଛାତ୍ରଛାତ୍ରୀ।

ଗତ ଫେବୃଆରୀ ୨୫ତାରିଖରୁ ସମସ୍ତ ହବକୁ ପ୍ରଶ୍ନପତ୍ର ପଠାସରିଛି। ଆଜି ସକାଳ ୭ଟାରେ ହବ୍ରୁ ସମସ୍ତ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଯାଉଛି। ଦିନ ୧୦ଟାରେ ଆରମ୍ଭ ହେବ ପରୀକ୍ଷା।

Advertisment

ସକାଳ ୯ଟା ରେ କେନ୍ଦ୍ରକୁ ପ୍ରବେଶ କରିବେ ପରୀକ୍ଷାର୍ଥୀ। ଆଡମିଟ୍ କାର୍ଡ, ବ୍ଲାକ୍ ବଲ୍ ପଏଣ୍ଟ ପେନ୍, ପାଣି ବୋତଲ ଛାଡି ଅନ୍ୟ କୌଣସି ସାମଗ୍ରୀ ପରୀକ୍ଷା ହଲକୁ ନିଆଯାଇପାରିବ ନାହିଁ।

Odisha +2 Exam
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe