/odisha-reporter/media/post_attachments/uploadimage/library/16_9/16_9_0/EXAM_1680684148.jpg)
EXAM
ଆସନ୍ତା ୧୦ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତାଦେଖା । ଖାତାଦେଖାକୁ ସରଳୀକରଣ କରିବାକୁ ଯାଇ ଚଳିତ ବର୍ଷ ଦୁଇଟି ପର୍ଯ୍ୟାୟରେ ଏହାକୁ ବିଭକ୍ତ କରାଯାଇଛି।
Advertisment
ପ୍ରଥମ ପର୍ଯ୍ୟାୟ ଏପ୍ରିଲ ୧୦ରୁ ୨୨ ପ୍ରଥମ ପର୍ଯ୍ୟାୟ ଚାଲିବ । ଏହାପରେ ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା ଏପ୍ରିଲ ୨୩ରୁ ମେ' ୭ ତାରିଖ ପର୍ଯ୍ୟନ୍ତ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। ଚଳିତ ବର୍ଷ ଉଭୟ ଅନ୍ଲାଇନ ଓ ଅଫ୍ଲାଇନ ଜରିଆରେ ହେବ ମୂଲ୍ୟାୟନ ।
ସୂଚନାଯୋଗ୍ୟ, ମାର୍ଚ୍ଚ ୧ରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏଥର କଳାରେ ୨ଲକ୍ଷ ୧୯ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ଏଥିନିମନ୍ତେ ସାରା ରାଜ୍ୟରେ ମୋଟ୍ ୧୧ ଶହ ୪୫ଟି ପରୀକ୍ଷା କେନ୍ଦ୍ର ଓ ୨୦୨ଟି ହବ୍ କରାଯାଇଥିଲା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
