Advertisment

ଆଜିଠୁ ରାଜ୍ୟର ସବୁ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଛୁଟି

ଗତ ଦୁଇ ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ଉପରମୁହାଁ ହେବାରେ ଲାଗିଛି। ତେଣୁ ଆଗକୁ ଆହୁରି ତାତି ବଢ଼ିବାର ଆଶଙ୍କାକୁ ଦେଖି ପଦକ୍ଷେପ ନିଆଯାଇଛିା

ଅଦ୍ୟତନ ହୋଇଛି
Morning school

school

Advertisment

ପ୍ରବଳ ଗ୍ରୀଷ୍ଣ ପ୍ରବାହ ପାଇଁ ଆଜିଠାରୁ ୧୬ ତାରିଖ ଯାଏଁ ରାଜ୍ୟର ସବୁ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ସ୍କୁଲ ସମେତ ଅଙ୍ଗନବାଡ଼ି କେନ୍ଦ୍ର ବି ବନ୍ଦ ରହିବ। ରାଜ୍ୟରେ ଜାରି ରହିଥିବା ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି।

Advertisment

ଗତ ଦୁଇ ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ଉପରମୁହାଁ ହେବାରେ ଲାଗିଛି। ତେଣୁ ଆଗକୁ ଆହୁରି ତାତି ବଢ଼ିବାର ଆଶଙ୍କାକୁ ଦେଖି ପଦକ୍ଷେପ ନିଆଯାଇଛିା ସମସ୍ତ ସ୍କୁଲର ପ୍ରଥମରୁ ଦଶମ ଏବଂ ଅଙ୍ଗନବାଡ଼ି କେନ୍ଦ୍ରର ପିଲାଙ୍କ ପାଇଁ ଛୁଟି ଘୋଷଣା କରିଛନ୍ତି। ଏହାବ୍ୟତୀତ ନିରବଚ୍ଛିନ୍ନ ପାନୀୟ ଜଳ ଏବଂ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।

ଜାପାନ ଗସ୍ତ ସାରି ଓଡ଼ିଶା ଫେରିବା ପରେ ଗତକାଲି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଗ୍ରୀଷ୍ମ ପ୍ରବାହ ସ୍ଥିତି ସହ ସ୍ୱାସ୍ଥ୍ୟ ସେବା ପ୍ରସଙ୍ଗରେ ସମୀକ୍ଷା କରିଥିଲେ। ରାଜ୍ୟରେ ବର୍ତ୍ତମାନ କରୋନା ସ୍ଥିତି ନିୟନ୍ତ୍ରଣାଧୀନ ରହିଛି।

Advertisment

ତଥାପି ବର୍ତ୍ତମାନର ସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Heat Wave In Odisha Weather Report Scholl
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe