Advertisment

ଝାରସୁଗୁଡ଼ାରେ ୪୦% ବୁଥ୍ ସମ୍ବେଦନଶୀଳ: ନିର୍ବାଚନ କମିଶନ

ଝାରସୁଗୁଡ଼ା ବିଧାନସଭା  ଉପନିର୍ବାଚନରେ ମୋଟ ୪୦% ବୁଥ୍ ସମ୍ବେଦନଶୀଳ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି ।

author-image
Ordigital Desk
ଅଦ୍ୟତନ ହୋଇଛି
Election

Election

ଝାରସୁଗୁଡ଼ା ବିଧାନସଭା  ଉପନିର୍ବାଚନରେ ମୋଟ ୪୦% ବୁଥ୍ ସମ୍ବେଦନଶୀଳ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି । ପ୍ରଥମଥର ପାଇଁ ଝାରସୁଗୁଡ଼ା ଉପନିର୍ବାଚନର ସମସ୍ତ ବୁଥରେ ୱେବକାଷ୍ଟିଂ ବ୍ୟବସ୍ଥା କରାଯିବ ।

Advertisment

ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ସହ ସମ୍ପୃକ୍ତ ବରିଷ୍ଠ ଅଧିକାରୀମାନଙ୍କୁ ନେଇ ଭିଡିଓ କନଫରେନ୍ସିଂ ମାଧ୍ୟମରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ଏକ ସମୀକ୍ଷା ବୈଠକ କରିଥିଲେ । ଉପନିର୍ବାଚନବେଳେ ସମଗ୍ର ଝାରସୁଗୁଡ଼ା ବିଧାନସଭା ମଣ୍ଡଳୀରେ ଆଇନଶୃଙ୍ଖଳା ରକ୍ଷା, ସବୁ ବୁଥକୁ ନିର୍ବାଚନ ପାଇଁ ଭୋଟଗ୍ରହଣ ସାମଗ୍ରୀ ପହଂଚାଇବା, କାଳବୈଶାଖି ଓ ଝଡ଼ବାତ୍ୟାର ଆଗୁଆ ଆକଳନ, ଏକଜିଟ୍ ପୋଲ୍ ଉପରେ କଟକଣା, ଉପନିର୍ବାଚନ ପୂର୍ବ ଓ ପରବର୍ତ୍ତୀ ପ୍ରସ୍ତୁତି, ଷ୍ଟ୍ରଙ୍ଗରୁମ୍ ପ୍ରସ୍ତୁତି ଓ ଏହାର ସୁରକ୍ଷା, ଜରୁରୀ ସ୍ୱାସ୍ଥ୍ୟସେବା ଯୋଗାଣ ନିମନ୍ତେ ପ୍ରସ୍ତୁତି ଇତ୍ୟାଦି ସମ୍ପର୍କରେ ଶ୍ରୀ ଧଳ ସମ୍ପୃକ୍ତ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ ।

ଏହାପରେ ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀ ଧଳ କହିଥିଲେ ଯେ, ଝାରସୁୁଗୁଡ଼ାରେ ଆଇନଶୃଙ୍ଖଳା ପରିସ୍ଥିତି ଠିକ୍ ଅଛି । ଝାରସୁଗୁଡ଼ାରେ ୪୦ ପ୍ରତିଶତ ବୁଥ ସମ୍ବେଦନଶୀଳ ଅଛି । ପ୍ରଥମଥର ପାଇଁ ଓଡ଼ିଶାର ସବୁ ବୁଥରେ ୱେବକାଷ୍ଟିଂ ବ୍ୟବସ୍ଥା ହେବ ଓ ଝାରସୁଗୁଡ଼ା ଉପନିର୍ବାଚନରେ ଏହାର ଆରମ୍ଭ ହେବ । ଯାହାଫଳରେ ନିର୍ବାଚନ ଅଧିକାରୀମାନେ ଭୋଟଦାନ ପ୍ରକ୍ରିୟାର ସ୍ୱଚ୍ଛତାକୁ ସିଧାସଳଖ ତଦାରଖ କରିପାରିବେ । ୨ଟି ରାଜନୀତିକ ଦଳ ପକ୍ଷରୁ ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନ ଅଭିଯୋଗ ମିଳିଛି ଓ ତା’ପରେ କମିଶନ ତର୍ଜମା କରି ଆବଶ୍ୟକ ପଦକ୍ଷେପ ନେବେ ବୋଲି ସେ କହିଛନ୍ତି ।

Advertisment

ଆଜିର ବୈଠକରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ନିଯୁକ୍ତ ସାଧାରଣ ପର୍ଯ୍ୟବେକ୍ଷକ ଆଇଏସ୍ ଦେବକ୍ରିଷ୍ଣା ତିୱାରୀ, ପୁଲିସ ପର୍ଯ୍ୟବେକ୍ଷକ ଆଇପିଏସ୍ ହମିତ୍ ଅଖତାର, ଖର୍ଚ୍ଚ ପର୍ଯ୍ୟବେକ୍ଷକ ଆଇଆରଏସ୍ ରବିରାଜ ସାହୁରାଜ ଖୋଗରେ, ରାଜ୍ୟ ଆଇନଶୃଙ୍ଖଳା ଆଇଜି ପ୍ରବୀଣ କୁମାର, ଝାରସୁଗୁଡ଼ା ଜିଲ୍ଲାପାଳ ଆବୋଲି ଏସ୍ ନରୱଣେ ଓ ଏସପି ସ୍ମିଥ ପି ପୁରୁଷୋତ୍ତମ ଦାସ ପ୍ରମୁଖ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ, ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ମୋଟ ୨୫୩ଟି ଭୋଟଗ୍ରହଣ କେନ୍ଦ୍ରରେ ଆସନ୍ତା ୧୦ତାରିଖରେ ଭୋଟଗ୍ରହଣ ଅନୁଷ୍ଠିତ ହେବ ଓ ମୋଟ ୨.୨୧ଲକ୍ଷ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ ।

By-Election Jharsuguda Jharsuguda Bypoll