ବାଲେଶ୍ୱର ଜିଲ୍ଲା ବାହାନଗା ରେଳ ଦୁର୍ଘଟଣା ନେଇ ଥାନାରେ ଏତଲା। ବାଲେଶ୍ୱର ଜିଆର୍ପି ଥାନାରେ ଏତଲା ପରେ ମାମଲା ରୁଜୁ ହୋଇଛି। ବାଲେଶ୍ୱର ଜିଆର୍ପି ଥାନାର ଏସ୍ଆଇ ପପୁ ନାୟକଙ୍କ ପକ୍ଷରୁ ଏତଲା ହୋଇଛି।
ରେଲୱେର ଦାୟିତ୍ୱହୀନତା ପାଇଁ ଦୁର୍ଘଟଣା ଘଟିଥିବା ଏତଲାରେ ଉଲ୍ଲେଖ କରାଯାଇଛି। ଆଇପିସି ଦଫା ୩୩୭, ୩୩୮, ୩୦୪-କ, ୩୪, ରେଲୱେ ଆକ୍ଟ ୧୫୩, ୧୫୪ ଓ ୧୭୫ରେ ମାମଲା ରୁଜୁ ହୋଇଛି। ଡିଏସ୍ପି ରଞ୍ଜିତ ନାୟକଙ୍କୁ ମାମଲାର ତଦନ୍ତ ଦାୟିତ୍ୱ ଦିଆଯାଇଛି।
ଏହି ଭୟାନକ ଦୁର୍ଘଟଣାରେ ରେଲୱେ ବୋର୍ଡ ପକ୍ଷରୁ ସିବିଆଇ ତଦନ୍ତ ସୁପାରିସ୍ ହୋଇଥିବା ବେଳେ ଜିଆରପି ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିବା ଅଲୋଚନାର ବିଷୟ ହୋଇଛି। ଦୁର୍ଘଟଣାକୁ ୩ ଦିନ ବିତିଥିଲେ ହେଁ ଏଥିପାଇଁ କିଏ ଦୋଷୀ ଜଣାପଡ଼ିନି। ଏହି ଦୁର୍ଘଟଣାରେ ୨୭୫ ଜଣଙ୍କ ଜୀବନ ଯାଇଥିବା ବେଳେ ୧୨୦୦ରୁ ଅଧିକ ଲୋକେ ଆହତ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।