Advertisment

ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣା: ‌ଏତଲା ପରେ ମାମଲା ରୁଜୁ କଲା ଜିଆରପି, ଡିଏସ୍‌ପିଙ୍କୁ ତଦନ୍ତ ଦାୟିତ୍ୱ

ଆଇପିସି ଦଫା ୩୩୭, ୩୩୮, ୩୦୪-କ, ୩୪, ରେଲୱେ ଆକ୍ଟ ୧୫୩, ୧୫୪ ଓ ୧୭୫ରେ ମାମଲା ରୁଜୁ ହୋଇଛି।

ଅଦ୍ୟତନ ହୋଇଛି
Train accident

Train accident

Advertisment

ବାଲେଶ୍ୱର ଜିଲ୍ଲା ବାହାନଗା ରେଳ ଦୁର୍ଘଟଣା ନେଇ ଥାନାରେ ଏତଲା। ବାଲେଶ୍ୱର ଜିଆର୍‌ପି ଥାନାରେ ଏତଲା ପରେ ମାମଲା ରୁଜୁ ହୋଇଛି। ବାଲେଶ୍ୱର ଜିଆର୍‌ପି ଥାନାର ଏସ୍‌ଆଇ ପପୁ ନାୟକଙ୍କ ପକ୍ଷରୁ ଏତଲା ହୋଇଛି।

Advertisment

ରେଲୱେର ଦାୟିତ୍ୱହୀନତା ପାଇଁ ଦୁର୍ଘଟଣା ଘଟିଥିବା ଏତଲାରେ ଉଲ୍ଲେଖ କରାଯାଇଛି। ଆଇପିସି ଦଫା ୩୩୭, ୩୩୮, ୩୦୪-କ, ୩୪, ରେଲୱେ ଆକ୍ଟ ୧୫୩, ୧୫୪ ଓ ୧୭୫ରେ ମାମଲା ରୁଜୁ ହୋଇଛି। ଡିଏସ୍‌ପି ରଞ୍ଜିତ ନାୟକଙ୍କୁ ମାମଲାର ତଦନ୍ତ ଦାୟିତ୍ୱ ଦିଆଯାଇଛି।

ଏହି ଭୟାନକ ଦୁର୍ଘଟଣାରେ ରେଲୱେ ବୋର୍ଡ ପକ୍ଷରୁ ସିବିଆଇ ତଦନ୍ତ ସୁପାରିସ୍ ହୋଇଥିବା ବେଳେ ଜିଆରପି ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିବା ଅଲୋଚନାର ବିଷୟ ହୋଇଛି। ଦୁର୍ଘଟଣାକୁ ୩ ଦିନ ବିତିଥିଲେ ହେଁ ଏଥିପାଇଁ କିଏ ଦୋଷୀ ଜଣାପଡ଼ିନି। ଏହି ଦୁର୍ଘଟଣାରେ ୨୭୫ ଜଣଙ୍କ ଜୀବନ ଯାଇଥିବା ବେଳେ ୧୨୦୦ରୁ ଅଧିକ ଲୋକେ ଆହତ ହୋଇଛନ୍ତି।

Advertisment
Balasore Train Accident BalasoreTrainAccident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe