ରାଜଧାନୀ ଭୁବନେଶ୍ୱରରେ ନିଆଁ ବର୍ଷୁଛି। ଆଜି ତାପମାତ୍ରା ୪୪ ଡିଗ୍ରୀ ଅତିକ୍ରମ କରିଛି। ତାତି ଏମିତି ହେଉଛି ଯେ ନା ଘରେ ବସି ହେଉଛି, ନା ବାହାରୁ ବାହାରି ହେଉଛି। ତା’ ଭିତରେ ମଝିରେ ମଝିରେ ବିଜୁଳି କାଟ ହେଉଥିବାରୁ ଗରମରେ ସନ୍ତୁଳି ହେଉଛନ୍ତି ରାଜଧାନୀବାସୀ। ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ଏମିତି ତାପମାତ୍ରା ରହିବ ବୋଲି ଜଣାପଡ଼ିଛି।
ଆଜି ଅପରାହ୍ନ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ସମ୍ବଲପୁର ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ଏଠାରେ ତାପମାତ୍ରା ୪୫ ଡ଼ିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଝାରସୁଗୁଡାରେ ୪୪.୪ ଡ଼ିଗ୍ରୀ, ଭୁବନେଶ୍ୱରରେ ୪୪ ଡ଼ିଗ୍ରୀ, ହୀରାକୁଦରେ ୪୪ ଡ଼ିଗ୍ରୀ, ଚାନ୍ଦବାଲିରେ ୩୬.୨ ଡ଼ିଗ୍ରୀ, ଗୋପାଳପୁରରେ ୩୫ ଡ଼ିଗ୍ରୀ, ପାରାଦୀପରେ ୩୪.୨ ଡ଼ିଗ୍ରୀ, ପୁରୀରେ ୩୪ ଡ଼ିଗ୍ରୀ, ବାଲେଶ୍ୱରରେ ୩୩.୪ ଡ଼ିଗ୍ରୀ, କେନ୍ଦୁଝରରେ ତାପମାତ୍ରା ୩୦.୪ ଡ଼ିଗ୍ରୀ ରେକର୍ଡ କରାଯାଇଛି।
କମିବ ତାତି !!
ଆଗାମୀ ୩ ଦିନ ଯାଏଁ ଦିନ ତାପମାତ୍ରା ରେ ବିଶେଷ ପରିବର୍ତନର ସମ୍ଭାବନା ନଥିବା ବେଳେ ପରବର୍ତୀ ୨ ଦିନରେ ୩ ରୁ ୫ ଡ଼ିଗ୍ରୀ ଯାଏଁ ତାପମାତ୍ରା କମିବା ସମ୍ଭାବନା— Meteorological Centre, Bhubaneswar (@mcbbsr) June 17, 2023
ରାଜ୍ୟରେ ଜାରି ରହିଥିବା ତାତି ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରହିବ। ୧୮ ଓ ୧୯ ତାରିଖ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିବ। ୨୦ ତାରିଖ ପରେ ପାଗରେ ପରିବର୍ତ୍ତନ ସମ୍ଭାବନା ରହିଛି। ଅର୍ଥାତ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବାର ସମ୍ଭାବନା ରହିଛି। ଏଥିସହ କେତେକ ସ୍ଥାନରେ କାଳବୈଶାଖୀ ହେବାର ଆଶଙ୍କା ରହିଛି। ୨୧ ତାରିଖରୁ ମୌସୁମୀ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।
ରାଜଧାନୀ ଭୁବନେଶ୍ୱରରେ ଅସହ୍ୟ ତାତି: ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୪୪ ଡିଗ୍ରୀ, ୪୫ ଡିଗ୍ରୀ ସହ ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର; ଝାରସୁଗୁଡ଼ା ୪୪.୪, ହୀରାକୁଦ ୪୪, ଚାନ୍ଦବାଲି ୩୬.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି #Odisha #OR #heatwave https://t.co/DJvDFGq66I
— Odisha Reporter (@OdishaReporter) June 17, 2023