Advertisment

ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ୩ଟି ନୂଆ ଅଗ୍ନିଶମ କେନ୍ଦ୍ର

୩ଟି ନୂଆ ଅଗ୍ନିଶମ କେନ୍ଦ୍ର ପାଇଁ ୪୫ଟି ପଦବୀ ସୃଷ୍ଟି କରାଯିବ।

ଅଦ୍ୟତନ ହୋଇଛି
Water Tender

Water Tender

Advertisment

ଭୁବନେଶ୍ୱରରେ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା ହେବ। ଏ ସଂପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି।

Advertisment

ଭୁବନେଶ୍ୱରର ପରିସର ବଢ଼ିବା ସହିତ ଲୋକ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବ୍ୟବସ୍ଥାକୁ ସୁଦୃଢ଼ କରି ଧନଜୀବନକୁ ସୁରକ୍ଷା ଯୋଗାଇ ଦେବା ପାଇଁ ସରକାର ଏଠାରେ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନେଇଛନ୍ତି।

ତମାଣ୍ଡୋ, ମଞ୍ଚେଶ୍ୱର ଓ ପାହାଳରେ ଏହି ୩ଟି ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା କରାଯିବ। ଏଥିପାଇଁ ୪୫ଟି ପଦବୀ ସୃଷ୍ଟି କରିବାକୁ ମଧ୍ୟ ଅନୁମତି ଦିଆଯାଇଛି। ପ୍ରତ୍ୟେକ କେନ୍ଦ୍ରରେ ୧୫ ଜଣ ଲେଖାଏ କର୍ମଚାରୀ ରହିବେ। ପ୍ରତି ଅଗ୍ନିଶମ ସେବା କେନ୍ଦ୍ରରେ ୧୫ ଜଣ କର୍ମଚାରୀଙ୍କ ମଧ୍ୟରେ ଜଣେ ଷ୍ଟେସନ ଅଫିସର, ଦୁଇ ଜଣ ଲିଡିଂ ଫାୟାରମ୍ୟାନ, ଜଣେ ଡ୍ରାଇଭର-ହାବିଲଦାର, ଜଣେ ଫାୟାରମ୍ୟାନ ଡ୍ରାଇଭର ଓ ୧୦ ଜଣ ଫାୟାରମ୍ୟାନ ରହିବେ।

Advertisment
Fire Station Bhubaneswar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe