୩ରେ ଜାପାନ ଯିବେ ନବୀନ , ପୁଞ୍ଜିନିବେଶକଙ୍କୁ ଭେଟିବେ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୩ତାରିଖରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହ ଜାପାନ ଅଭିମୁଖେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।

Odisha CM PhotoOR

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Ordigital Desk
  • Published: Saturday, 25 March 2023
  • Updated: 25 March 2023, 09:42 PM IST

Sports

Latest News

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୩ତାରିଖରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହ ଜାପାନ ଅଭିମୁଖେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଟୋକିଓରେ ପୁଞ୍ଜିନିବେଶକ ସମ୍ମିଳନୀରେ ଯୋଗ ଦେବା ସହ ଓସାକା ମଧ୍ୟ ଯିବେ ବୋଲି ଜଣାପଡ଼ିଛି । ଜାପାନରେ ଭାରତର କନସୁଲ ଜେନରାଲ ଭାବେ କାର୍ଯ୍ୟରତ ଓଡ଼ିଆ ଆଇଏଫଏସ୍ ନିଖିଳେଶ ଚନ୍ଦ୍ର ଗିରି ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପ୍ରୟାସ କରୁଥିବା ସୂଚନା ମିଳିଛି ।

ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏପ୍ରିଲ ୩ରେ ଜାପାନ ଗସ୍ତରେ ଯାଇ ୯ତାରିଖରେ ଫେରିବେ । ଏହି ସପ୍ତାହବ୍ୟାପୀ ଗସ୍ତକାଳରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ, ଶିଳ୍ପ ସଚିବ ହେମନ୍ତ କୁମାର ଶର୍ମା, ଦିଲ୍ଲୀସ୍ଥିତ ଆବାସିକ କମିଶନର ରବିକାନ୍ତ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର ଭିନିଲକ୍ରିଷ୍ଣା ପ୍ରମୁଖ ଯିବେ ବୋଲି ଜଣାପଡ଼ିଛି । ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ମଧ୍ୟ ଏହି ଗସ୍ତରେ ଯିବାର ସମ୍ଭାବନା ରହିଛି ।

Also Read

ମୁଖ୍ୟମନ୍ତ୍ରୀ ତାଙ୍କ ଗସ୍ତ କାଳରେ ଜାପାନର ପ୍ରମୁଖ ଶିଳ୍ପପତିମାନଙ୍କୁ ଭେଟି ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଅନୁରୋଧ କରିବେ । ଓଡ଼ିଶାରେ ବିଶେଷକରି ଫୁଡ୍ ପ୍ରୋସେସିଂ, ପ୍ଲାଷ୍ଟିକ, ପେଟ୍ରୋ କେମିକାଲସ, ଟେକ୍ସଟାଇଲ, କେମିକାଲସ ଓ ପର୍ଯ୍ୟଟନ ଆଦି କ୍ଷେତ୍ରରେ ନିବେଶର ବିପୁଳ ସମ୍ଭାବନାର ଫାଇଦା ନେବାକୁ ଆହ୍ୱାନ କରିବେ । ୨୦୨୨ ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ‘ଜାପାନ’ କଣ୍ଟ୍ରି ପାଟର୍ନର ଭାବେ ସାମିଲ ହୋଇଥିଲା । ୨୦୧୮ ଓ ୨୦୨୨ ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ଜାପାନ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଗତବର୍ଷ ଅଗଷ୍ଟ ମାସରେ ଇଟାଲୀ ଗସ୍ତରେ ଯାଇଥିଲେ । ଫେରିବାବାଟରେ ଦୁବାଇରେ ନିବେଶକ ସମ୍ମିଳନୀରେ ଯୋଗ ଦେଇ ପ୍ରାୟ ୨୨ହଜାର କୋଟି ଟଙ୍କାର ନିବେଶର ପ୍ରତିଶ୍ରୁତି ଓଡ଼ିଶା ପାଇଁ ଆଣିଥିଲେ । ୨୦୦୦ ମସିହାରେ ମୁଖ୍ୟମନ୍ତ୍ରୀ ହେବା ପରେ ଏହା ନବୀନଙ୍କ ତୃତୀୟ ବିଦେଶ ଗସ୍ତ ହେବ । ୨୦୧୨ରେ ସେ ଇଂଲଣ୍ଡ ଗସ୍ତରେ ଯାଇଥିବାବେଳେ ୨୦୨୨ରେ ଇଟାଲୀ ଓ ଦୁବାଇ ଗସ୍ତରେ ଯାଇଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story