Advertisment

ବାହାନଗା ଟ୍ରେନ୍ ଟ୍ରାଜେଡି: ରିଲେ ରୁମ୍‌ ଷ୍ଟାଫ୍‌ଙ୍କ ତ୍ରୁଟି ଦୁର୍ଘଟଣାର ବଡ଼ କାରଣ!

ଗତ ଜୁନ୍ ୨ ତାରିଖରେ ବାହାନଗା ବଜାର ଷ୍ଟେସନ ନିକଟରେ ହୋଇଥିଲା ମର୍ମନ୍ତୁଦ ରେଳ ଦୁର୍ଘଟଣା।

author-image
Tapaswini Nayak
ଅଦ୍ୟତନ ହୋଇଛି
Bahanaga Train Accident

Bahanaga Train Accident

ରିଲେ ରୁମରେ ତ୍ରୁଟି ପାଇଁ ଘଟିଥିଲା ବାହାନଗା ଟ୍ରେନ୍ ଟ୍ରାଜେଡି। ତଦନ୍ତ ପରେ କମିଶନ ଅଫ ରେଲୱେ ସେଫ୍ଟି ରେଳ ବିଭାଗରେ ଦାଖଲ କରିଥିବା ରିପୋର୍ଟରୁ ଏହା ଜଣା ପଡ଼ିଥିବା ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି।

Advertisment

ବିଶେଷ କରି ସିଗନାଲିଂ ଓ ଟେଲି କମ୍ୟୁନିକେସନ୍ ବିଭାଗରେ ଷ୍ଟାଫଙ୍କ ତ୍ରୁଟି ଯୋଗୁଁ ଏତେବଡ଼ ଦୁର୍ଘଟଣା ଘଟିଥିବା ରିପୋର୍ଟରେ ଦର୍ଶାଯାଇଛି। ତେବେ ସିବିଆଇ ତଦନ୍ତ ଚାଲିଥିବାରୁ କାଳେ ଏହା ତଦନ୍ତକୁ ପ୍ରଭାବିତ କରିବ, ସେଥିପାଇଁ ରେଲୱେ ପକ୍ଷରୁ ରିପୋର୍ଟକୁ ସାର୍ବଜନୀନ କରାଯାଇ ନାହିଁ।

କେବଳ ଟେକ୍ନିକାଲ ତ୍ରୁଟି ନେଇ ସେଫ୍ଟି କମିଶନର ରିପୋର୍ଟ ଦେଇଥିବା ସୂଚନା ମିଳିଛି। ଦୁର୍ଘଟଣା ପଛରେ ଯଦି କୌଣସି ଅନ୍ତର୍ଘାତୀ ଷଡ଼ଯନ୍ତ୍ର ହୋଇଥାଏ, ସିବିଆଇ ତଦନ୍ତରୁ ଏହା ସ୍ପଷ୍ଟ ହେବ ବୋଲି ରିପୋର୍ଟରେ ଦର୍ଶାଯାଇଛି।

Advertisment

ତେଣେ ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣାର ମାସେ ପରେ ପଦରୁ ହଟିଛନ୍ତି ଦକ୍ଷିଣ- ପୂର୍ବ ରେଳପଥର ଜେନେରାଲ ମ୍ୟାନେଜର ଅର୍ଚ୍ଚନା ଯୋଶୀ। ତାଙ୍କ ସ୍ଥାନରେ ଅନୀଲ କୁମାର ମିଶ୍ରଙ୍କୁ ନୂଆ ଜେନେରାଲ ମ୍ୟାନେଜର ଭାବେ ନିଯୁକ୍ତି ଦେବାକୁ କ୍ୟାବିନେଟ ନିଯୁକ୍ତି ସମିତି ଅନୁମତି ଦେଇଛି। ଭାରତୀୟ ରେଳବାଇ ପକ୍ଷରୁ ଏନେଇ ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଗତ ଜୁନ୍ ୨ ତାରିଖରେ ବାହାନଗା ବଜାର ଷ୍ଟେସନ ନିକଟରେ ହୋଇଥିଲା ମର୍ମନ୍ତୁଦ ରେଳ ଦୁର୍ଘଟଣା। ରମଣ୍ଡଳ ଏକ୍ସପ୍ରେସ୍ ପ୍ରଥମେ ଏକ ମାଲଗାଡ଼ିକୁ ଧକ୍କା ଦେଇ ଲାଇନଚ୍ୟୁତ ହୋଇଥିଲା। ଟ୍ରାକରୁ ଖସି ଥିବା ବଗିଗୁଡ଼ିକ ଅନ୍ୟ ଏକ ଟ୍ରାକ୍‌ରେ ପଡ଼ିଥିବା ବେଳେ ତାହାକୁ ଯଶୱନ୍ତପୁର ହାୱଡ଼ା ଟ୍ରେନ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ୨୯୩ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ହଜାରେ ଲୋକ ଆହତ ହୋଇଥିଲେ।

Train Accident