Advertisment

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୋକା’

ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିବ ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବରୁ ସ୍ପଷ୍ଟ କରିଛି।

ଅଦ୍ୟତନ ହୋଇଛି
cyclone

cyclone

Advertisment

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହେବା ପରେ ଆଜି ସକାଳେ ବାତ୍ୟାର ରୂପ ନେଇଛି। ଏହି ବାତ୍ୟାର ନାଁ ‘ମୋକା’ ରଖାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତିା

Advertisment

ପରବର୍ତ୍ତି ସମୟରେ ଏହା ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ରିକର୍ଭ କରି ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ବାଂଲାଦେଶ ଓ ମିଆଁମାର ମୁହାଁ ହେବ। ୧୪ ତାରିଖ ପୂର୍ବାହ୍ନରେ କୋକ୍ସ ବଜାର, କ୍ୟାଉକିପିୟୁ ଠାରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିବ ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବରୁ ସ୍ପଷ୍ଟ କରିଛି।

୧୨ ଓ ୧୩ ତାରିଖରେ ବାତ୍ୟା ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ବେଗରେ ପବନ ବହିପାରେ। ଏହି ସମୟରେ ୧୦ରୁ ୧୨ଫୁଟ୍‌ ଉଚ୍ଚତାରେ ସମୁଦ୍ରରେ ଜୁଆର ଉଠିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣ ପୂର୍ବ, କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଭିତରକୁ ଯିବାକୁ ବାରଣ କରାଯାଇଛି।

Advertisment
Cyclone Update Weather Conditions Weather Report Heavy Rain
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe