Temperature
ବେଶ୍ କିଛି ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ଆଜିଠୁ ଉପର ମୁହାଁ ହୋଇଛି ପାରଦ। ଆକାଶରୁ ଅଗ୍ନି ବର୍ଷା ହେଲା ଭଳି ଲାଗୁଛି। ଆଜି ସକାଳ ସାଢ଼େ ୮ ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରର ତାପମାତ୍ର ୩୧ଡିଗ୍ରୀ ଛୁଇଁଥିଲା ବେଳେ ଦିନ ୧୧ଟା ସୁଦ୍ଧା ତାପମାତ୍ରା ୩୭.୨ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଝାରସୁଗୁଡ଼ାରେ ମଧ୍ୟ ତାପମାତ୍ରା ୩୭ .୨ ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସେହିପରି ଚାନ୍ଦବାଲିରେ ଦିନ ୧୧ଟା ସୁଦ୍ଧା ତାପମାତ୍ରା ୩୭ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ବାଲେଶ୍ୱର ଓ ସମ୍ବଲପୁରରେ ୩୬ ଡିଗ୍ରୀ, ହୀରାକୁଦରେ ୩୫.୪, କେନ୍ଦୁଝର ଓ ଗୋପାଳପୁରରେ ୩୫ ଡିଗ୍ରୀ ରେକର୍ଡ କରାଯାଇଛି।
ଆଗାମୀ ୨ରୁ ୩ ଦିନ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ରାଜ୍ୟରେ କାଳବୈଶାଖୀ ପ୍ରଭାବ କମିବା ସହ ଉତ୍ତର-ପଶ୍ଚିମ ଦିଗରୁ ଆସୁଥିବା ଶୁଷ୍କ-ଗରମ ବାୟୁ ପ୍ରଭାବରେ ଦିନର ତାପମାତ୍ରାରେ ବୃଦ୍ଧି ହେବାର ସମ୍ଭାବନା ରହିଛି। ଶୁଷ୍କ-ଗରମ ବାୟୁ ପ୍ରଭାବରେ ଅଭ୍ୟନ୍ତରୀଣ ଓଡ଼ିଶା, ଉପକୂଳ ଓଡ଼ିଶା, ପଶ୍ଚିମ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ତାପମାତ୍ରା ବୃଦ୍ଧି ପାଇବ। କିନ୍ତୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ କାଳବୈଶାଖୀର ହେବାର ସମ୍ଭାବନା ରହିଛି।
ସୂଚନାଯୋଗ୍ୟ, କିଛି ଦିନ ହେବ ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ କାଳବୈଶାଖୀ ହେବା ଯୋଗୁ ତାପମାତ୍ର ହ୍ରାସ ପାଇଥିଲା। କିନ୍ତୁ ଦୁଇ ଦିନ ହେବ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ଭୁବନେଶ୍ୱରର ଦିନର ତାପମାତ୍ରା ୩୯.୪ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଆଜି ସକାଳ ୧୧ଟା ସୁଦ୍ଧା ତାପମାତ୍ରା ୩୭.୨ ଡିଗ୍ରୀ ଛୁଇଁଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1681107888.jpg)