Advertisment

ଆଜିଠାରୁ ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ

ଭୁବନେଶ୍ୱରରୁ ଦୁବାଇକୁ ଯିବା ଆସିବା ଉଭୟ ପାଇଁ ଟିକେଟର ମୂଲ୍ୟ ୨୦ ହଜାର ଟଙ୍କା ରଖାଯାଇଛି।

Flight

Flight

Advertisment

ବିମାନଯାତ୍ରୀଙ୍କ ଲାଗି ଖୁସି ଖବର। ଆଜିଠାରୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ଉଡ଼ିବ ବିମାନ। ଇଣ୍ଡିଗୋ ବିମାନ ସେବା କମ୍ପାନୀ ପକ୍ଷରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଦୁବାଇ ବିମାନ ବନ୍ଦରକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ।

Advertisment

ଏଥିପାଇଁ ଟିକେଟର ମୂଲ୍ୟ ରହିଛି ୧୦ ହଜାର ଟଙ୍କା। ତେବେ ଯିବା ଆସିବା ଉଭୟ ପାଇଁ ଟିକେଟର ମୂଲ୍ୟ ୨୦ ହଜାର ଟଙ୍କା ରଖାଯାଇଛି। ସପ୍ତାହକ ମଧ୍ୟରେ ୩ ଦିନ ଉଡାଣ କରିବ। ସୋମବାର,ବୁଧବାର ଓ ଶୁକ୍ରବାର ଦୁବାଇକୁ ବିମାନ ଉଡାଣ କରିବ।

ଦୁବାଇ ଓ ଭୁବନେଶ୍ୱର ମଧ୍ୟରେ ସିଧାସଳଖ ବିମାନ ସେବା ଫଳରେ ପର୍ଯ୍ୟଟନ କ୍ଷେତ୍ରକୁ ସମୃଦ୍ଧ କରିବା ସହ ନିଯୁକ୍ତିରେ ମଧ୍ୟ ସହାୟକ ହେବ। ସେହିଭଳି ଆଇଟି ଓ ମାନୁଫକଚରିଂ ଭଳି କ୍ଷେତ୍ର ଅଧିକ ଲାଭବାନ ହେବା ସହ ଓଡ଼ିଶା ପାଇଁ ନୂଆ ସମ୍ଭାବନା ଆଣିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି।

Advertisment

ଅନ୍ୟପକ୍ଷରେ ଦୁବାଇକୁ ସିଧାସଳଖ ବିମାନ ସେବାକୁ ନେଇ ବେଶ ଆଶାବାଦୀ ଅଛନ୍ତି ଟୁର୍ ଅପରେଟର।

Bhubaneswar Biju Patnaik Airport
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe