Advertisment

ଆଜିଠୁ ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

ଆନ୍ଦୋଳନରେ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ଓ ରାଜ୍ୟ ଟ୍ରକ୍ ମାଲିକ ସଂଘ ସମେତ ୨୦ରୁ ଅଧିକ ସଂଘ ସାମିଲ ହେଉନଥିବାରୁ ମୁହାଁମୁହିଁ ସ୍ଥିତି ଉପୁଜିବାର ଆଶଙ୍କା ରହିଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
DRIVER_STRIKE_

DRIVER_STRIKE_

ଆଜିଠୁ ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ଼ ଆନ୍ଦୋଳନ। ୧୦ ଦଫା ଦାବି ନେଇ ଷ୍ଟିୟରିଂ ଛାଡ଼ି ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇବ ମହାସଂଘ। ଡ୍ରାଇଭର ପାଣ୍ଠି ଗଠନ, ସାମାଜିକ ନିରାପତ୍ତା, ଡ୍ରାଇଭରଙ୍କ ପାଇଁ ବୀମା, ପେନସନ୍, ସଡ଼କ ଯାତ୍ରା ବେଳେ ବିଭିନ୍ନ ସ୍ଥାନରେ ବିଶ୍ରାମଗାର ଓ ଶୌଚାଳୟ ବ୍ୟବସ୍ଥା ଭଳି ୧୦ ଦାବି ଉଠାଇ ଆନ୍ଦୋଳନର ଡାକରା ଦେଇଛି ମହାସଂଘ।

Advertisment

ପୂର୍ବରୁ ଏସବୁ ଦାବି ସଂପର୍କରେ ରାଜ୍ୟ ସରକାରଙ୍କୁ ମହାସଂଘ ପକ୍ଷରୁ ବାରମ୍ବାର ଅବଗତ କରାଯାଇଛି। କିନ୍ତୁ ଫଳପ୍ରଦ ନହେବାରୁ ଆଜିଠାରୁ ରାଜ୍ୟର ସବୁ ବ୍ଲକ, ସଦର ମହକୁମା ଓ କିଛି ମୁଖ୍ୟ ରାସ୍ତାରେ ଆନ୍ଦୋଳନର ଚେତାବନୀ ଦେଇଛି ଡ୍ରାଇଭର ମହାସଂଘ। ଏହି ଆନ୍ଦୋଳନବେଳେ ଜରୁରୀକାଳୀନ ସେବାରେ ନିୟୋଜିତ ଯାନବାହନ ଭଳି ଆମ୍ବୁଲାନ୍ସ ସହ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ କରୁଥିବା ଗାଡ଼ିକୁ ବାଦ୍ ଦିଆଯିବ ବୋଲି ମହାସଂଘ କହିଛି।

ତେବେ ଆନ୍ଦୋଳନରେ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ଓ ରାଜ୍ୟ ଟ୍ରକ୍ ମାଲିକ ସଂଘ ସମେତ ୨୦ରୁ ଅଧିକ ସଂଘ ସାମିଲ ହେଉନଥିବାରୁ ମୁହାଁମୁହିଁ ସ୍ଥିତି ଉପୁଜିବାର ଆଶଙ୍କା ରହିଛି।

Advertisment

ଡ୍ରାଇଭର ସଂଘର ଆନ୍ଦୋଳନ ବେଳେ ଭୁବନେଶ୍ୱରରେ ଲୋକେ ଯେଭଳି ଅସୁବିଧାର ସମ୍ମୁଖୀନ ନ ହେବେ, ସେଥିଲାଗି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି କମିଶନରେଟ୍ ପୁଲିସ। ପବ୍ଲିକ୍ ଟ୍ରାନ୍ସପୋର୍ଟ ଓ ଅଟୋ ଟ୍ୟାକ୍ସି ଚଳାଚଳରେ ବାଧା ସୃଷ୍ଟି କଲେ, ସାଧାରଣ ଯାତ୍ରୀଙ୍କୁ ହଇରାଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ପୁଲିସ କମିଶନର ସୂଚନା ଦେଇଛନ୍ତି।

ଯଦି କେହି ଜନସାଧାରଣ ଅସୁବିଧାର ସମ୍ମୁଖୀନ ହୁଅନ୍ତି ତେବେ ୧୧୨କୁ କଲ୍ କରିବା ଲାଗି ପୁଲିସ କମିଶନର ପରାମର୍ଶ ଦେଇଛନ୍ତି। ଅନ୍ୟପଟେ ଲୋକଙ୍କୁ ସହଯୋଗ ପାଇଁ ଡ୍ରାଇଭର ସଂଘକୁ ନିବେଦନ କରିବା ସହ ଉଚ୍ଚସ୍ତରୀୟ କମିଟି କରି ଦାବି ବିଚାର କରାଯିବ ବୋଲି ପରିବହନ ମନ୍ତ୍ରୀ
କହିଛନ୍ତି।

Bhubaneswar DRIVER STRIKE