ଭୁବନେଶ୍ୱର ଲୋୟର ପିଏମ୍ଜିରେ ମାତାଲ ଜଣେ ବ୍ୟକ୍ତିଙ୍କ ଉନ୍ମତ୍ତକାଣ୍ଡ। ଗଛରେ ଚଢ଼ି ଯିବା ପରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା ଉଦ୍ୟମ। ବହୁ କଷ୍ଟରେ ତାଙ୍କୁ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ। ତେବେ ଏହି ବ୍ୟକ୍ତି ଜଣଙ୍କ କିଏ ଓ କାହିଁକି ଏପରି କାଣ୍ଡ ଘଟାଇଛନ୍ତି ଜଣାପଡିନି।
ତେବେ ଏକ ନିର୍ଦ୍ଦିଷ୍ଟ ଏକ ଚ୍ୟାନେଲ୍ର ନାଁ ନେବା ସହ ତାଙ୍କୁ ଏହି ଚ୍ୟାନେଲ ବରବାଦ୍ କରିଦେଇଥିବା ଓ ଗାଁରେ ମୁହଁ ଦେଖାଇବାର ସ୍ଥିତିରେ ଛାଡ଼ି ନ ଥିବା କହୁଛନ୍ତି। ମଦ ପିଇବା ପରେ ବ୍ୟକ୍ତି ଜଣକ ଏଭଳି କାଣ୍ଡ ଘଟାଇଛନ୍ତି।
ତାଙ୍କୁ ଉଦ୍ଧାର କରିବା ପାଇଁ ପୁଲିସ ଓ ଅଗ୍ନିଶମ ବାହିନୀକୁ ପ୍ରାୟ ଘଣ୍ଟାଏ କସରତ କରିବାକୁ ପଡ଼ିଥିଲା। ଉଦ୍ଧାର ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଛି। ତାଙ୍କ ମାନସୀକ ସ୍ଥିତ ଠିକ୍ ନ ଥିବା ବେଳେ ସ୍ଵାସ୍ଥ୍ୟ ଅବସ୍ଥା ସ୍ୱଭାବିକ ହେବା ପରେ ପଚରାଉଚରା କରାଯିବ ବୋଲି ପୁଲିସ ସୂତ୍ରରୁ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।