Advertisment

ଆଜିଠୁ ମାଟ୍ରିକ ପରୀକ୍ଷା; ୩, ୨୧୮ଟି କେନ୍ଦ୍ରରେ ହେବ ପରୀକ୍ଷା

ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ମଧ୍ୟମା ଏବଂ ଓପନ ସ୍କୁଲ ପରୀକ୍ଷା ମଧ୍ୟ ସେହି ସମୟ ମଧ୍ୟରେ ହେବ ।

ଅଦ୍ୟତନ ହୋଇଛି
Matric Exam

Matric Exam

Advertisment

ଆଜିଠାରୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ସକାଳ ୮ ଟାରୁ ୧୦ଟା ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରଥମ ଦିନରେ ପରୀକ୍ଷାର୍ଥୀ ୧ ଘଣ୍ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ। ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀ କେବଳ ଆଡମିଟ କାର୍ଡ, ପେନ୍, ପେନସିଲ ଓ ଜୋମେଟ୍ରି ବକ୍ସ ନେବାର ଅନୁମତି ରହିଛି।

Advertisment

ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ମଧ୍ୟମା ଏବଂ ଓପନ ସ୍କୁଲ ପରୀକ୍ଷା ମଧ୍ୟ ସେହି ସମୟ ମଧ୍ୟରେ ହେବ । ଚଳିତବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ଜଣ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫର୍ମ ପିଲିଫ କରିଛନ୍ତି । ୩ ହଜାର ୨୧୮ଟି କେନ୍ଦ୍ରରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଏଥିପାଇଁ ୩୧୬ଟି ନୋଡାଲ ସେଣ୍ଟର ବୋର୍ଡ ପକ୍ଷରୁ କରାଯାଇଛି । ନକ୍ସଲ ଅଧ୍ୟୁଷିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଛି ।

ମାଟ୍ରିକ ପରୀକ୍ଷା ସମୟରେ ଯେପରି ପ୍ରଶ୍ନପତ୍ର ଲିକ୍‌ ନହେବ, ସେଥିପ୍ରତି ରାଜ୍ୟ ସରକାର ଓ ବୋର୍ଡ଼ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଉଛି। ପ୍ରଶ୍ନ ପତ୍ର ଭାଇରାଲ ରୋକିବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି। ପରୀକ୍ଷା ସମୟରେ ମୋବାଇଲ ବନ୍ଦ କରି ଗୋଟିଏ ସ୍ଥାନରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

Advertisment

ସମସ୍ତ ପରୀକ୍ଷା କେନ୍ଦ୍ରରେ ଏକ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ପ୍ରଶ୍ନପତ୍ର ପହଞ୍ଚିବ। ନୋଡାଲ ସେଣ୍ଟରରୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ଯିବା ସମୟରେ କଡା ସୁରକ୍ଷା ଯୋଗାଇ ଦିଆଯିବ। କପି ରୋକିବାକୁ ସମୁଦାୟ ୭୪ଟି ସ୍କ୍ୱାର୍ଡ ଗଠନ କରାଯାଇଛି। ୫୭ଟି ସେଣ୍ଟ୍ରାଲ ସ୍କ୍ୱାର୍ଡ ଅଚାନକ ପରୀକ୍ଷା କେନ୍ଦ୍ର ବୁଲିବେ ଓ ପରୀକ୍ଷା ସମ୍ପର୍କରେ ବୁଝିବେ। ନକ୍ସଲ ପ୍ରବଣ ଜିଲ୍ଲାରେ ମଧ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

Odisha 10th Board Exam 10th Exam Matric Exam
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe