Morning school
ଆସନ୍ତା ଏପ୍ରିଲ ୧୧ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ସକାଳୁଆ ହେବ । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ହେଉଥିବା ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ସକାଳ ୭ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ଚାଲିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ନିଜ ନିଜ ଜିଲ୍ଲାର ସ୍କୁଲଗୁଡ଼ିକର ସମୟ ନିର୍ଘଣ୍ଟରେ ପରିବର୍ତ୍ତନ କରିପାରିବେ । ଆଜି ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ସହ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶନାମା ଜାରି ହୋଇଛି ।
ସୂଚନା ଅନୁସାରେ, ୨୦୨୩-୨୪ ଶିକ୍ଷା ବର୍ଷ ଚଳିତ ଏପ୍ରିଲ ମାସ ୩ତାରିଖରୁ ଆରମ୍ଭ ହେବ । ୩ରୁ ୮ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକରେ ନାମଲେଖା ପ୍ରକ୍ରିୟା ଶେଷ ହେବ । ଏପ୍ରିଲ ୧୧ରୁ ସ୍କୁଲଗୁଡ଼ିକରେ ସକାଳୁଆ କ୍ଲାସ ହେବ । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲଗୁଡ଼ିକରେ ସ୍ୱଚ୍ଛ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଇତ୍ୟାଦି ଯୋଗାଇ ଦେବା ପାଇଁ ସ୍କୁଲ କର୍ତ୍ତୃପକ୍ଷ ଯତ୍ନବାନ ହେବେ ।
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆବଶ୍ୟକ ପଡ଼ିଲେ ଜିଲ୍ଲାପାଳମାନେ ସ୍କୁଲ ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1680365675.jpg)