ଆସନ୍ତାକାଲିଠୁ ଦିଲ୍ଲୀ ଗସ୍ତରେ ଯିବେ ନବୀନ

ମୁଖ୍ୟମନ୍ତ୍ରୀ ଏହି ଗସ୍ତ କାଳରେ କୌଣସି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ନଥିବା ଜଣାପଡ଼ିଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

  • Published: Tuesday, 09 May 2023
  • , Updated: 09 May 2023, 08:14 PM IST

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲିଠୁ ଦିଲ୍ଲୀ ଗସ୍ତରେ ଯାଇ ୧୩ ତାରିଖ ଅପରାହ୍ନରେ ଫେରିବାର କାର୍ଯ୍ୟକ୍ରମ ରହିଛି ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ଶ୍ରୀ ପଟ୍ଟନାୟକ ଆସନ୍ତାକାଲି ସନ୍ଧ୍ୟା ୬ଟାରେ ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁଖେ ଗସ୍ତ କରିବେ । ୧୧ ଓ ୧୨ତାରିଖ ଦୁଇଦିନ ଧରି ଦିଲ୍ଲୀରେ ରହିବେ । ଏହି ରହଣୀ ମଧ୍ୟରେ କେନ୍ଦ୍ର ସରକାରରେ ପଡ଼ିରହିଥିବା ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି ।

ମୁଖ୍ୟମନ୍ତ୍ରୀ ଏହି ଗସ୍ତ କାଳରେ କୌଣସି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ନଥିବା ଜଣାପଡ଼ିଛି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୧୩ ତାରିଖ ସକାଳ ୧୦ଟାରେ ଦିଲ୍ଲୀରୁ ଭୁବନେଶ୍ୱର ଅଭିମୁଖେ ଗସ୍ତ କରିବେ ବୋଲି ସୂଚନା ମିଳିଛି ।

Related story