Advertisment

ଦାୟିତ୍ୱ ନେଲେ ନୂଆ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା

ମୁଖ୍ୟ ଶାସନ ସଚିବ ଭାବେ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ଗତକାଲି ଶେଷ ହେବା ପରେ ଶ୍ରୀ ଜେନା ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି।

author-image
Jitendra Garnayak
ଅଦ୍ୟତନ ହୋଇଛି
CS Pradeep Jena

CS Pradeep Jena

ବରିଷ୍ଠ ଆଇଏଏସ୍ ଅଫିସର ପ୍ରଦୀପ କୁମାର ଜେନା ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଅବସରରେ ଅତିରିକ୍ତ ଶାସନ ସଚିବ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଅଧିକାରୀ, କର୍ମଚାରୀ ଏବଂ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ତାଙ୍କୁ ଲୋକସେବା ଭବନରେ ଭେଟି ଅଭିନନ୍ଦନ ଜଣାଇଛନ୍ତି।

Advertisment

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ଗତକାଲି ଶେଷ ହେବାପରେ ଶ୍ରୀ ଜେନା ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ସେ ଉନ୍ନୟନ କମିଶନର ଓ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି) ଭାବେ କାର୍ଯ୍ୟ କରୁଥିବା ବେଳେ ତାଙ୍କ ସ୍ଥାନରେ ଜଳ ସଂପଦ ବିଭାଗ ଅତିରିକ୍ତ ଶାସନ ସଚିବ ଅନୁ ଗର୍ଗ ଆଜି ନୂଆ ଉନ୍ନୟନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେହିପରି ନିକୁଞ୍ଚ ଧଳଙ୍କୁ ନୂଆ ଏସ୍‌ଆର୍‌ସି ଭାବେ ନିଯୁକ୍ତି ଦିଆଯାଇଛି।

DC and CSନୂଆ ମୁଖ୍ୟ ଶାସନ ସଚିବଙ୍କୁ ଅଭିନନ୍ଦନ ଜଣାଉଛନ୍ତି ନୂଆ ଉନ୍ନୟନ କମିଶନର ଅନୁ ଗର୍ଗ

ପ୍ରଦୀପ ଜେନା ହେଉଛନ୍ତି ୧୯୮୯ ବ୍ୟାଚ୍‌ର ଆଇଏଏସ୍ ଅଫିସର୍। ପ୍ରାଶାସନିକ ଦକ୍ଷତା ପାଇଁ ସେ ପରିଚିତ। ୧୯୬୪ ମସିହା ଜାନୁଆରୀ ୧ରେ ଢେଙ୍କାନାଳରେ ଜନ୍ମ ଗ୍ରହଣ କରିଥିବା ପ୍ରଦୀପ ଧର୍ମଗଡ଼ର ଉପଜିଲ୍ଲାପାଳ ଭାବେ କ୍ୟାରିୟର ଆରମ୍ଭ କରି ପରେ କଳାହାଣ୍ଡିର ଜିଲ୍ଲାପାଳ ହୋଇଥିଲେ। ଶ୍ରୀ ଜେନା ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ, ଜଳସମ୍ପଦ ଓ ଗ୍ରାମ୍ୟ ଉନ୍ନୟନ, ଶକ୍ତି ଓ ଆଇଟି ବିଭାଗର ସଚିବ ଭାବେ କାର୍ଯ୍ୟ କରିଥିଲେ । ମହାବାତ୍ୟା ସମୟରେ କଟକର ଜିଲ୍ଲାପାଳ ଥିବାବେଳେ ସେ ନିଜର ଦକ୍ଷତା ଓ କାର୍ଯ୍ୟ ମାଧ୍ୟମରେ ‘ଲୋକଙ୍କ ଜିଲ୍ଲାପାଳ’ ଭାବେ ପରିଚିତ ହୋଇପାରିଥିଲେ ।

Advertisment

ଗତକାଲି ନବୀନ ନିବାସ ଯାଇ ଶ୍ରୀ ଜେନା ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ । ତାଙ୍କ ସହ ବିଦାୟୀ ମୁଖ୍ୟ ସଚିବ ସୁରେଶ ମହାପାତ୍ର ଓ ନୂଆ ଉନ୍ନୟନ କମିଶନର ଅନୁ ଗର୍ଗ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ନିର୍ବାଚନୀ ବର୍ଷରେ ଶ୍ରୀ ଜେନାଙ୍କୁ ରାଜ୍ୟ ସରକାରଙ୍କ ଏହି ଗୁରୁ ଦାୟିତ୍ୱ ଦେଇଛନ୍ତି ।

ସୂଚନାଯୋଗ୍ୟ, ବିଦାୟୀ ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କୁ ରାଜ୍ୟ ସରକାର ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ(ଓଇଆରସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି ।

Odisha Chief Secretary Chief Secretary Of Odisha Pradeep Jena