Advertisment

‘ଡେଲିଭରୀ ବୟ’ ଫିଲ୍ମ ଉପରୁ ପ୍ରମୋଦ କର ଛାଡ଼ କଲା ଓଡ଼ିଶା

ଅଶ୍ୱିନୀ ତ୍ରିପାଠୀଙ୍କ ନିର୍ଦ୍ଦେଶନା ଓ ଜ୍ୟୋତିରଞ୍ଜନ ମହାନ୍ତି ପ୍ରଯୋଜନାରେ ଏହି ଓଡ଼ିଆ ଫିଲ୍ମ ‘ଡେଲିଭରୀ ବୟ’ ନିର୍ମାଣ ହୋଇଛି ।

Odia Movie 'Delivery Boy'

Odia Movie 'Delivery Boy'

Advertisment

ଦମନ ଓ ଜ୍ୱିଗାଟୋ ପରେ ଡେଲିଭରୀ ବୟ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ଼ କରିଛନ୍ତି । ଅଶ୍ୱିନୀ ତ୍ରିପାଠୀଙ୍କ ନିର୍ଦ୍ଦେଶନା ଓ ଜ୍ୟୋତିରଞ୍ଜନ ମହାନ୍ତି ପ୍ରଯୋଜନାରେ ଏହି ଓଡ଼ିଆ ଫିଲ୍ମ ‘ଡେଲିଭରୀ ବୟ’ ନିର୍ମାଣ ହୋଇଛି ।

Advertisment

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ‘ଡେଭିଭରି ବୟ’ ଫିଲ୍ମ ଉପରୁ ପ୍ରମୋଦ କର ଛାଡ଼ ପ୍ରସ୍ତାବକୁ ଅନୁମୋଦନ କରି କହିଛନ୍ତି ଯେ, ଓଡ଼ିଶାରେ ଯେପରି ଅଧିକରୁ ଅଧିକ ବ୍ୟବସାୟିକ ଚଳଚ୍ଚିତ୍ର ସୁଟିଂ କରାଯାଇ ପାରିବ ସେଥିପାଇଁ ରାଜ୍ୟ ସରକାର ଅନୁକୂଳ ନୀତି କାର୍ଯ୍ୟକାରୀ କରୁଛନ୍ତି ଏବଂ ଏ ଦିଗରେ ଚଳଚ୍ଚିତ୍ର ଶିଳ୍ପକୁ ମଧ୍ୟପ୍ରୋତ୍ସାହିତ କରୁଛନ୍ତି । ଏହା ରାଜ୍ୟର ପର୍ଯ୍ୟଟନ ବିକାଶରେ ସହାୟକ ହେବା ସହ ପ୍ରତିଭାବାନ ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତି ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।

ଏହି ଫିଲ୍ମରେ ମୁଖ୍ୟ ଚରିତ୍ରରେ ବୁଦ୍ଧାଦିତ୍ୟ ମହାନ୍ତି, ଶୈଳେନ୍ଦ୍ର ସାମନ୍ତାରାୟ, ସୁଶାନ୍ତ ଦାସମହାପାତ୍ର, ପ୍ରିୟମ୍ବଦା ଓ ସୂର୍ଯ୍ୟମୟୀ ପ୍ରମୁଖ ଅଭିନୟ କରିଛନ୍ତି । ସୂଚନାଯୋଗ୍ୟ ଯେ, ସହରାଞ୍ଚଳର ଦୈନନ୍ଦିନ ଜୀବନରେ ଡେଲିଭରୀ ବୟମାନଙ୍କ ଜୀବନୀ ଉପରେ ଏହି ଫିଲ୍ମ ଆଧାରିତ । ଓଡ଼ିଆ ଭାଷାରେ ନିର୍ମିତ ଏହି ଫିଲ୍ମଟିରେ ଜଣେ ଡେଲିଭରୀ ବୟ କିପରି ସଡ଼କ ଦୁର୍ଘଟଣାର ଶିକାର ହୋଇ ନିଜ ସହକର୍ମୀମାନଙ୍କ ସହଯୋଗରେ ନ୍ୟାୟ ପାଇଁ ସଂଘର୍ଷ କରି ବିଜୟୀ ହୋଇଛିି ତାହା ଖୁବ ନିଖୁଣ ଭାବରେ ପ୍ରଦର୍ଶିତ ହୋଇଛି । ସଡ଼କ ସୁରକ୍ଷା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଚଳଚ୍ଚିତ୍ରଟିରେ ଉଦ୍ୟମ କରାଯାଇଛି ।

Advertisment
Income Tax Film
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe