Advertisment

କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ରଜ ଭେଟି, ବଢ଼ିଲା ମହଙ୍ଗା ଭତ୍ତା

ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ।

author-image
Tapaswini Nayak
ଅଦ୍ୟତନ ହୋଇଛି
Govt employee

Govt employee

ଆସନ୍ତାକାଲି ପହଲି ରଜ ଥିବାବେଳେ କର୍ମଚାରୀଙ୍କୁ ରଜ ଭେଟି ଦେଇଛନ୍ତି ରାଜ୍ୟ ସରକାର। ସେମାନଙ୍କ ମହଙ୍ଗା ଭତ୍ତାକୁ ୪ ପ୍ରତିଶତ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରୀ କର୍ମଚାରୀ ଏବଂ ପେନସନଧାରୀଙ୍କ ପାଇଁ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଛି। ରାଜ୍ୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ୪୨ ପ୍ରତିଶତକୁ ବୃଦ୍ଧି କରାଯାଇଛି।  

Advertisment

ମହଙ୍ଗା ଭତ୍ତା ବଢ଼ିବା ଯୋଗୁ ଉଭୟ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ। ୨୦୨୩ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ ଏହି ମହଙ୍ଗା ଭତ୍ତା।। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ।

 ଏଥିସହିତ ପେନସନ୍‌ଭୋଗୀ ମାନଙ୍କର ଟି.ଆଇରେ ମଧ୍ୟ ୪ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ବି ଜୁନ୍‌ ମାସ ପେନ୍‌ସନ୍‌ରେ ବର୍ଦ୍ଧିତ ଟିଆଇ ପାଇବେ। ଏହାଦ୍ୱାରା ପ୍ରାୟ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ଭୋଗୀ ଉପକୃତ ହେବେ।

Advertisment
Bhubaneswar