Advertisment

ଆଜିଠୁ ଓଜେଇଇ, ତିନୋଟି ସିଟିଂରେ ହେବ ପରୀକ୍ଷା

ଛାତ୍ରଛାତ୍ରୀମାନେ ଓଜେଇଇ ୱେବସାଇଟ୍‌ www.ojee.nic.in ଓ www.odishajee.com ମାଧ୍ୟମରେ ଅଧିକ ତଥ୍ୟ ପାଇପାରିବେ।

ଅଦ୍ୟତନ ହୋଇଛି
Exam

Exam

Advertisment

ଆଜିଠାରୁ ଆରମ୍ଭ ହେଉଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଦୈନିକ ୩ଟି ସିଫ୍ଟରେ ପରୀକ୍ଷା ହେବ। ସକାଳ ୯ରୁ ୧୧ ପ୍ରଥମ ସିଫ୍ଟ ଆରମ୍ଭ ହେବ। ସେହିପରି  ଦିନ ୧୨ଟା ୩୦ରୁ ୨ଟା ୩୦ ପର୍ଯ୍ୟନ୍ତ ଦ୍ୱିତୀୟ ସିଫ୍ଟ ଏବଂ ସାଢ଼େ ଅପରାହ୍ନ ୪ଟାରୁ ସାଢ଼େ ୬ଟା ପର୍ଯ୍ୟନ୍ତ ତୃତୀୟ ସିଫ୍ଟରେ ପରୀକ୍ଷା ହେବ।

Advertisment

ପ୍ରଥମ ଦିନ ଲାଟେରାଲ ଏଣ୍ଟ୍ରିଙ୍କ ପାଇଁ ପରୀକ୍ଷା ଥିବା ବେଳେ  ଦ୍ୱିତୀୟ ଦିନରେ ଏମସିଏ ଓ ଏମଟେକ୍ ଏଣ୍ଟ୍ରାନ୍ସ ହେବ। ସେହିପରି  ୧୧ ତାରିଖରେ MBA, ୧୨ ତାରିଖରେ ବି. ଫାର୍ମ ପାଇଁ ପରୀକ୍ଷା ହେବ ବୋଲି ସୂଚୀ ପ୍ରକାଶ ପାଇଛି।

ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟ ଓ କଲେଜର ବି.ଫାର୍ମା, ଏମ୍‌ସିଏ, ଏମ୍‌.ଏସ୍‌ସି(କମ୍ପ୍ୟୁଟର ସାଇନ୍ସ), ଏମ୍‌ବିଏ, ଇଣ୍ଟିଗ୍ରେଟେଡ୍‌ ଏମ୍‌ବିଏ, ବି.କାର୍ଟ, ଏମ୍‌.ଟେକ୍‌, ଏମ୍‌.ଟେକ୍‌(ପାର୍ଟ-ଟାଇମ୍‌), ଏମ୍‌.ଆର୍କ, ଏମ୍‌.ପ୍ଲାନ୍‌, ଏମ୍‌.ଫାର୍ମା ଓ ଲାଟେରାଲ ଏଣ୍ଟ୍ରି ବି.ଟେକ୍‌ ଓ ଲାଟେରାଲ୍‌ ଏଣ୍ଟ୍ରି ବି.ଫାର୍ମା ପାଠ୍ୟକ୍ରମରେ ନାମଲେଖା ଲାଗି ଏହି ପ୍ରବେଶିକା ପରୀକ୍ଷା କରାଯାଇଛି। 

Advertisment

ଛାତ୍ରଛାତ୍ରୀମାନେ ଓଜେଇଇ ୱେବସାଇଟ୍‌ www.ojee.nic.in ଓ www.odishajee.com ମାଧ୍ୟମରେ ଅଧିକ ତଥ୍ୟ ପାଇପାରିବେ।

Bhubaneswar Exam Ojee
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe