ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ

ଆଜି ଅପରାହ୍ନ ୪ଟାରେ ରେଜଲ୍ଟ ପ୍ରକାଶ ପାଇବ। କଳା ସହ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-କାଉନସିଲ୍ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Representational Image

  • Published: Thursday, 08 June 2023
  • , Updated: 08 June 2023, 07:54 AM IST

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ବିଭାଗର ପରୀକ୍ଷା ଫଳ। ଆଜି ଅପରାହ୍ନ ୪ଟାରେ ରେଜଲ୍ଟ ପ୍ରକାଶ ପାଇବ। କଳା ସହ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇବ।

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-କାଉନସିଲ୍ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। www.chseresults.nic.inରେ ଛାତ୍ରଛାତ୍ରୀ ରେଜଲ୍ଟ ଜାଣିପାରିବେ।

ଚଳିତ ବର୍ଷ ମାର୍ଚ୍ଚ ୧ରୁ ଏପ୍ରିଲ ୫ ତାରିଖ ଯାଏଁ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏଥର ୨ ଲକ୍ଷ ୧୯ ହଜାର ୧୧୦ ଜଣ ପରୀକ୍ଷାର୍ଥୀ ଯୁକ୍ତ ଦୁଇ କଳାରେ ପରୀକ୍ଷା ଦେଇଛନ୍ତି । ସେହିପରି ଧନ୍ଦା ମୂଳକ ଶିକ୍ଷାରେ ପରୀକ୍ଷା ଦେଇଛନ୍ତି ୫ ହଜାର ଛାତ୍ରଛାତ୍ରୀ।

ସିବିଏସ୍ଇ ରେଜଲ୍ଟ ପ୍ରକାଶ ପାଇବାର ୧୭ ଦିନ ପରେ ଅର୍ଥାତ ଗତ ୩୧ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଏବଂ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇଥିଲା। ଆଉ ଏହାପରେ ଆଜି ପ୍ରକାଶ ପାଇବ କଳା ବିଭାଗର ପରୀକ୍ଷା ଫଳ ।

ସୂଚନାଯୋଗ୍ୟ, ଚଳିତ ବର୍ଷ ଯୁକ୍ତ ଦୁଇ ବିଜ୍ଞାନ ରେ ପାସ୍ ହାର ୮୪.୯୩%, ବାଣିଜ୍ୟରେ ୮୧.୧୨%

Related story