ମେ’ ଶେଷ ସପ୍ତାହରେ ପ୍ରକାଶ ପାଇପାରେ ଯୁକ୍ତ ଦୁଇ ପରୀକ୍ଷା ଫଳ

plus2result

Representational image

Tapaswini Nayak
  • Published: Friday, 26 May 2023
  • Updated: 26 May 2023, 11:02 AM IST

Sports

Latest News

ମେ’ ଶେଷ ସପ୍ତାହରେ ପ୍ରକାଶ ପାଇପାରେ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏନେଇ ମେ’ ୨୮ ରେ ଘୋଷଣା  କରାଯିବ ତାରିଖ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ଏହି ସୂଚନା ଦେଇଛନ୍ତି।

ତାଙ୍କ ସୂଚନା ଅନୁସାରେ, ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ପରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ ହେବ।

Also Read

ସେ ଆହୁରି କହିଛନ୍ତି, ମେ’ ୩୦ କିମ୍ବା ୩୧ ତାରିଖରେ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇପାରେ। ସେହିପରି ଜୁନ ୮ ସୁଦ୍ଧା ପ୍ରକାଶ ପାଇପାରେ କଳା ଓ ଧନ୍ଦାମୂଳକ ରେଜଲ୍ଟ। 

ତେବେ ଯୁକ୍ତ ଦୁଇ ପରୀକ୍ଷା ଫଳ ନିର୍ଦ୍ଦିଷ୍ଟ କେଉଁ ତାରିଖରେ ବାହାରିବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ କୌଣସି ସୂଚନା ଦିଆଯାଇନାହିଁ।

ସୂଚନାଯୋଗ୍ୟ, ଚଳିତ ବର୍ଷ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ ଲକ୍ଷ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେଇଥିଲେ। ଯୁକ୍ତ ୨ କଳାରେ ୨ଲକ୍ଷ ୧୯ହଜାର ୧୧୦, ବିଜ୍ଞାନ ରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକରେ ୫ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos