ଆଜି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

ଦିନ ୧୧ଟାରେ ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଘୋଷଣା ହେବ ରେଜଲ୍ଟ।

Representational image

  • Published: Wednesday, 31 May 2023
  • , Updated: 31 May 2023, 07:38 AM IST

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ। ଦିନ ୧୧ଟାରେ ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଘୋଷଣା ହେବ ରେଜଲ୍ଟ। ତେବେ ଆଜି କେବଳ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇବ। ରେଜଲ୍ଟ ଘୋଷଣା ପରେ ଛାତ୍ରଛାତ୍ରୀ ମାନେ www. orissaresults.nic.in ୱବସାଇଟ ଓ ସାମ୍ସ ପୋର୍ଟାଲ୍ ରୁ ନିଜ ନିଜର ରେଜଲ୍ଟ ଜାଣିପାରିବେ।

ସୂଚନାଯୋଗ୍ୟ, ଚଳିତ ବର୍ଷ ମାର୍ଚ୍ଚ ୧ରୁ ଏପ୍ରିଲ୍ ୫ ଯାଏ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ ଲକ୍ଷ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେଇଥିଲେ। ଯୁକ୍ତ ୨ କଳାରେ ୨ଲକ୍ଷ ୧୯ହଜାର ୧୧୦, ବିଜ୍ଞାନ ରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକରେ ୫ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।

 

Related story