Advertisment

କାଲି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ପୂର୍ବାହ୍ନ ୧୧ଟାରେ ଘୋଷଣା ହେବ ପରୀକ୍ଷା ଫଳ।

ଅଦ୍ୟତନ ହୋଇଛି
CHSE

CHSE

Advertisment

ଆସନ୍ତାକାଲି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ। ପୂର୍ବାହ୍ନ ୧୧ଟାରେ ପରୀକ୍ଷା ଫଳ ଘୋଷଣା କରାଯିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକଙ୍କ ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି। 

Advertisment

ଚଳିତ ବର୍ଷ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ ଲକ୍ଷ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେଇଥିଲେ। ଯୁକ୍ତ ୨ କଳାରେ ୨ଲକ୍ଷ ୧୯ହଜାର ୧୧୦ ଜଣ ପରୀକ୍ଷା ଦେଇଥିବା ବେଳେ ବିଜ୍ଞାନରେ ୯୧,୩୭୯ ଓ ବାଣିଜ୍ୟରେ ୨୩,୧୪୮ ଜଣ ପରୀକ୍ଷା ଦେଇଥିଲେ। ସେହିପରି ଯୁକ୍ତ ଦୁଇ ଧନ୍ଦାମୂଳକରେ ୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। କଳା ଓ ଧନ୍ଦାମୂଳକ ପରୀକ୍ଷାର ଫଳ ପରେ ପ୍ରକାଶ ପାଇବ। 

ଏହା ପୂର୍ବରୁ ମେ’ ୧୮ ତାରିଖରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। ଏଥିରେ ୯୬.୪ % ଛାତ୍ରଛାତ୍ରୀ ପାସ୍ କରିଥିଲେ।  

Advertisment
Plus 2 Result
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe