Debashish Biswal
ଜାମ୍ମୁ କାଶ୍ମୀରର ପୁଞ୍ଝଠାରେ ଆତଙ୍କବାଦୀ ଆକ୍ରମଣରେ ଶହୀଦ ଓଡ଼ିଆ ଯବାନ ଦେବାଶିଷ ବିଶ୍ୱାଳଙ୍କ ପରିବାରକୁ ୨୫ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଏହି ସହାୟତା ରାଶି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ଶହୀଦ ଦେବାଶିଷଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ତାଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ତାଙ୍କ ପରିବାର ସଦସ୍ୟଙ୍କୁ ଧୈର୍ଯ୍ୟ ଓ ସାହାସ ଦିଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି ।
ସୂଚନାଯୋଗ୍ୟ, ଶ୍ରୀ ବିଶ୍ୱାଳଙ୍କ ଘର ପୁରୀ ଜିଳ୍ଲା ସାକ୍ଷୀଗୋପାଳ ନିକଟସ୍ଥ ଅଳଗୁମ ଗାଁରେ । ତାଙ୍କର ପତ୍ନୀ ଓ ୭ମାସର ସନ୍ତାନ ମଧ୍ୟ ଅଛନ୍ତି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1682097082.jpg)