ଆସନ୍ତା ମେ’ ୯ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ବାରିପଦାସ୍ଥିତ ମହାରାଜା ଶ୍ରୀରାମଭଞ୍ଜ ଦେଓ ବିଶ୍ୱବିଦ୍ୟାଳୟର ଦ୍ୱାଦଶତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ଏନେଇ ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ରାଷ୍ଟ୍ରପତିଙ୍କ ପ୍ରାଇଭେଟ ସେକ୍ରେଟାରୀଙ୍କ ଚିଠି କରିଛନ୍ତି।
ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ସେ ନିଜ ଜିଲ୍ଲାକୁ ଆସିବେ। ତେବେ ତାଙ୍କର ଏହି ଗସ୍ତ ସଂପର୍କିତ ସବିଶେଷ କାର୍ଯ୍ୟସୂଚୀ ବିଷୟରେ ସୂଚନା ମିଳିନାହିଁ।
Also Read
ଏହା ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତ ଫେବ୍ରୁଆରୀ ମାସରେ ଓଡ଼ିଶା ଗସ୍ତରେ ଆସିଥିଲେ। ଏହି ଗସ୍ତ ସମୟରେ ସେ ଫେବ୍ରୁଆରୀ ୧୦ ତାରିଖରେ ଭୁବନେଶ୍ୱର ସ୍ଥିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ। ସେହିପରି ଫେବ୍ରୁଆରୀ ୧୧ ତାରିଖରେ କଟକର ବିଦ୍ୟାଧରପୁରସ୍ଥିତ ନ୍ୟାସନାଲ୍ ରାଇସ୍ ରିସର୍ଚ୍ଚ ଇନଷ୍ଟିଚ୍ୟୁଟରେ ଦ୍ୱିତୀୟ ଇଣ୍ଡିଆନ୍ ରାଇସ୍ କଂଗ୍ରେସରେ ଯୋଗ ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Miscellaneous
ନବୀନ ନିବାସ ଆଗ ରାସ୍ତାରୁ ହଟିବ ଅବରୋଧ?
ପୋଖରୀପୁଟରୁ ପୂନାମା ଗେଟ୍ ଓ ନବୀନ ନିବାସ ପର୍ଯ୍ୟନ୍ତ ଯାଇଥିବା ରାସ୍ତା ଚଉଡ଼ା ହେଉଛି। ଏଥିପାଇଁ ଏବେ ଏୟାରପୋର୍ଟକୁ ଲାଗିଥିବା ଅବରୋଧଗୁଡ଼ିକୁ ହଟାଯାଉଛି।
Miscellaneous
ବଢ଼ିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ
ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟର ଲକ୍ଷ ଲକ୍ଷ ଶ୍ରମିକ ଉପକାର ପାଇବେ।
Weather
୧୪ରୁ ରାଜ୍ୟର ଏହି ସବୁ ସ୍ଥାନରେ ହୋଇପାରେ ବର୍ଷା
ଆଗାମୀ ଦୁଇ-ତିନି ଦିନ ସର୍ବାଧିକ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ବୃଦ୍ଧି ହେବ।