Advertisment

କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

author-image
Hemant Lenka
Rain

Rain

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଆଗାମୀ ୫ ଦିନର ପାଣିପାଗ ସମ୍ପର୍କରେ ସୂଚନା ଦେଇ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚଆର ବିଶ୍ୱାସ କହିଛନ୍ତି, ଗତ ୨୪ ଘଣ୍ଟାରେ କେନ୍ଦୁଝର ଓ ମୟୂରଭଞ୍ଜର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ରେକର୍ଡ କରାଯାଇଛି। ସକ୍ରିୟ ପଶ୍ଚିମା-ଝଡ଼ ପ୍ରଭାବରେ ମୟୂରଭଞ୍ଜ ଜିଲ୍ଲାର ଜାମଦାରେ ୨ମିମି, ବାହାଲଦାରେ ୨.୬ ମିମି ଓ କେନ୍ଦୁଝରର ଚମ୍ପୁଆରେ ୩.୫ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ପଶ୍ଚିମା ଝଡ଼ ପ୍ରଭାବରେ ଉପକୂଳ ସମେତ ପାର୍ଶ୍ଵବର୍ତ୍ତୀ ଅଞ୍ଚଳ ଆଂଶିକ ମେଘାଛନ୍ନ ରହିଛି। ରାଜ୍ୟର ଅଧିକାଂଶ ଅଞ୍ଚଳରେ ଦିନର ତାପମାତ୍ରା ସ୍ୱାଭାବିକ ବା ଏହାର ପାଖାପାଖି ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। ମୁଖ୍ୟତଃ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ସକାଳ ୮.୩୦ ସୁଦ୍ଧା ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ପୁରୀରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ଏହାବାଦ ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷାର ଆଶଙ୍କା ରହିଛି।

Advertisment

୧୨ ତାରିଖ ସକାଳ ୮.୩୦ ସୁଦ୍ଧା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ଓ କନ୍ଧମାଳରେ ହାଲୁକା ବର୍ଷା ସହ କାଳବୈଶାଖୀ ଅନୁଭୂତ ହୋଇପାରେ।

ତେବେ ୧୨, ୧୩ ଓ ୧୪ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନ ଶୁଖିଲା ରହିବ। ଦିନର ତାପମାତ୍ରା ଆଗାମୀ ଦୁଇ ଦିନ ମଧ୍ୟରେ ବିଶେଷ ପରିବର୍ତ୍ତନ ହେବନି। ଏହାପରେ ତାପମାତ୍ରା ସାମାନ୍ୟ ବଢ଼ିବ ବୋଲି ଶ୍ରୀ ବିଶ୍ୱାସ ସୂଚନା ଦେଇଛନ୍ତି।

Bhubaneswar Rain Alert Meteorological Centre